fbpx
BSKY SKY
BSKY SKY

ଅରୁଣାଚଳ ପ୍ରଦେଶର ୬୦ ଟି ଆସନ ପାଇଁ ପ୍ରାର୍ଥୀ ଘୋଷଣା କଲା BJP, ଦେଖନ୍ତୁ ଲିଷ୍ଟ୍

BSKY

ନୂଆଦିଲ୍ଲୀ : ୨୦୨୪ ଲୋକସଭା ନିର୍ବାଚନ ସହିତ ଅରୁଣାଚଳ ପ୍ରଦେଶ ବିଧାନସଭା ନିର୍ବାଚନ ଅନୁଷ୍ଠିତ ହେବ । ଏହାକୁ ଦୃଷ୍ଟିରେ ରଖି ଭାରତୀୟ ଜନତା ପାର୍ଟି ଅରୁଣାଚଳ ବିଧାନସଭା ନିର୍ବାଚନ ପାଇଁ ୬୦ ଜଣ ପ୍ରାର୍ଥୀଙ୍କ ତାଲିକା ପ୍ରକାଶ କରିଛି । ମୁକ୍ତୋ (ଏସଟି) ବିଧାନସଭା ଆସନରୁ ବିଜେପି ମୁଖ୍ୟମନ୍ତ୍ରୀ ପେମା ଖଣ୍ଡୁଙ୍କୁ ଟିକେଟ ମିଳିଛି । ତେବେ ଅରୁଣାଚଳ ପ୍ରଦେଶ ବିଧାନସଭାର କାର୍ଯ୍ୟକାଳ ଜୁନ୍ ୨୦୨୪ ରେ ଶେଷ ହେଉଛି ।

ଅନ୍ୟପଟେ ମାର୍ଚ୍ଚ ୧୧ ରେ ବିଜେପିର କେନ୍ଦ୍ରୀୟ ନିର୍ବାଚନ କମିଟିର ବୈଠକରେ ଏହି ତାଲିକା ଅନୁମୋଦନ କରାଯାଇଥିଲା । ବିଜେପି ସଭାପତି ଜେପି ନଡ୍ଡାଙ୍କ ଅଧ୍ୟକ୍ଷତାରେ କେନ୍ଦ୍ରୀୟ ନିର୍ବାଚନ କମିଟି ବୈଠକ ଅନୁଷ୍ଠିତ ହୋଇଥିଲା । ଏଥିରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ, ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ, କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହା ଏବଂ କେନ୍ଦ୍ରୀୟ ନିର୍ବାଚନ କମିଟିର ସମସ୍ତ ସଦସ୍ୟ ଉପସ୍ଥିତ ଥିଲେ ।

 

Image

Image

Image

Get real time updates directly on you device, subscribe now.