fbpx
BSKY
BJD MC SKY
BJD YOUTH SKY

ବିଜେପି କାର୍ଯ୍ୟକାରିଣୀ ବୈଠକ: ଆଗାମୀ ରଣନୀତି ନେଇ ପ୍ରସ୍ତୁତ ହେଲା ରୋଡମ୍ୟାପ୍

ଭୁବନେଶ୍ୱର, ୭ା୩ (ଓଡିଶା ଭାସ୍କର): ଆଜି ବିଜେପିର କାର୍ଯ୍ୟକାରିଣୀ ବୈଠକ ଅନୁଷ୍ଠିତ ହୋଇଛି । ଭୁବନେଶ୍ୱରରେ ଅନୁଷ୍ଠିତ ଏହି ବୈଠକରେ ରାଜ୍ୟ ସଭାପତି ସମୀର ମହାନ୍ତି ଅଧ୍ୟକ୍ଷତା କରିଥିଲେ । ବୈଠକରେ ଦଳର ଆଗାମୀ ରଣନୀତି ନେଇ ରୋଡମ୍ୟାପ୍ ପ୍ରସ୍ତୁତ କରାଯାଇଛି । ଆସନ୍ତା ପଞ୍ଚାୟତ ଓ ପୌର ନିର୍ବାଚନ ନେଇ ବ୍ଲୁ ପ୍ରିଣ୍ଟ ପ୍ରସ୍ତୁତ ହୋଇଥିଲା ।

ଆଜିର ବୈଠକରେ ରାଜ୍ୟ ପ୍ରଭାରୀ ଡି.ପୁରନ୍ଦେଶ୍ୱରୀ, ସଭାପତି ସମୀର ମହାନ୍ତି, କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଓ ପ୍ରତାପ ଷଡ଼ଙ୍ଗୀ, ବିରୋଧୀ ଦଳ ନେତା ପ୍ରଦୀପ୍ତ ନାୟକ, ସମସ୍ତ ସାଂସଦ ଓ ବିଧାୟକ ପ୍ରମୁଖ ଉପସ୍ଥିତ ଥିଲେ । ରାଜ୍ୟର ସମସ୍ତ ବୁଥକୁ ଯାଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଜନକଲ୍ୟାଣ ଓ ଗରିବ କଲ୍ୟାଣ ଯୋଜନାକୁ ତୃଣମୂଳ ସ୍ତରରେ ପହଞ୍ଚାଇବାକୁ ସଭାପତି ଶ୍ରୀ ମହାନ୍ତି ଆହ୍ୱାନ ଦେଇଥିଲେ ।

Get real time updates directly on you device, subscribe now.