fbpx
BSKY
BJD SHG SKY
BJD YOUTH SKY

ବିଜେପିର ବଡ଼ କାର୍ଯ୍ୟାନୁଷ୍ଠାନ: ଦଳରୁ ବହିଷ୍କୃତ ହେଲେ ୨୮ ଜଣ ନେତା

ନୂଆଦିଲ୍ଲୀ: ଲୋକସଭା ନିର୍ବାଚନ ପାଇଁ ସାରା ଦେଶରେ ସାତ ପର୍ଯ୍ୟାୟ ବିଶିଷ୍ଟ ମତଦାନ ପ୍ରକ୍ରିୟା ଜାରି ରହିଛି । ଏହା ମଧ୍ୟରେ ପ୍ରଥମ, ଦ୍ୱିତୀୟ ଓ ତୃତୀୟ ପର୍ଯ୍ୟାୟ ମତଦାନ ସମାପ୍ତ ହୋଇଥିବା ବେଳେ ଆଗକୁ ଆଉ ୪ଟି ପର୍ଯ୍ୟାୟରେ ମତଦାନ ଗ୍ରହଣ କରାଯିବ । ତେବେ ରାଜନୈତିକ ଦଳମାନେ ବିଭିନ୍ନ ପର୍ଯ୍ୟାୟରେ ସେମାନଙ୍କର ପ୍ରାର୍ଥୀ ତାଲିକା ଜାରି କରିବା ପରେ ଟିକେଟ କଟିବା ପରେ କିଛି ନେତା ଦଳ ଛାଡ଼ି ନୂଆ ଏକ ଦଳରେ ସାମିଲ ହେଉଥିବା ଦେଖାଯାଉଛି । ସେହିପରି ଟିକେଟ ପାଇଥିବା ନେତାମାନେ ପ୍ରବଳ ଖରାକୁ ଖାତିର ନକରି ପ୍ରଚାରରେ ଲାଗିପଡ଼ିଛନ୍ତି ।

ତେବେ ମତଦାନ ପ୍ରକ୍ରିୟା ମଧ୍ୟରେ ରାଜନୈତିକ କ୍ଷେତ୍ରରୁ ଆସିଛି ଏକ ବଡ଼ ଖବର । ବିଜେପିରୁ ୨୮ ଜଣ ନେତାଙ୍କୁ ବହିଷ୍କାର କରାଯାଇଛି । ଦଳ ବିରୋଧୀ କାର୍ଯ୍ୟ କାରଣରୁ ଏହି ସମସ୍ତ ନେତାଙ୍କ ବିରୋଧରେ ଏପରି ବଡ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି । ଏହି ନେତାମାନଙ୍କୁ ଦଳୀୟ ଟିକେଟ ନ ମିଳିବାରୁ ସେମାନେ ଗତ ମାସ ୧୯ ତାରିଖରେ ଦଳୀୟ ପ୍ରାର୍ଥୀଙ୍କ ବିରୋଧରେ ବିଧାନସଭା ନିର୍ବାଚନ ଲଢ଼ିଥିଲେ । ଏହି ନେତାମାନଙ୍କୁ ୬ ବର୍ଷ ପାଇଁ ଦଳରୁ ବହିଷ୍କାର କରାଯାଇଥିବା ଜଣାପଡ଼ିଛି । ନିଷ୍କାସିତ ହୋଇଥିବା ନେତାମାନେ ନ୍ୟାସନାଲ ପିପୁଲ୍ସ ପାର୍ଟି (ଏସପିପି), ନ୍ୟାସନାଲିଷ୍ଟ କଂଗ୍ରେସ ପାର୍ଟି (ଏନସିପି), ପିପୁଲ୍ସ ପାର୍ଟି ଅଫ୍ ଅରୁଣାଚଳ ଓ ସ୍ୱାଧୀନ ପ୍ରାର୍ଥୀ ଭାବେ ବିଧାନସଭା ନିର୍ବାଚନ ଲଢ଼ିଥିଲେ ।

Get real time updates directly on you device, subscribe now.