fbpx

ମୁଖ୍ୟମନ୍ତ୍ରୀ ଶପଥ ସମାରୋହକୁ ନବୀନଙ୍କୁ ନିମନ୍ତ୍ରଣ, ଯୋଗ ଦେବେ ପ୍ରଧାନମନ୍ତ୍ରୀ, କେନ୍ଦ୍ରମନ୍ତ୍ରୀ ଏବଂ ବହୁ ରାଜ୍ୟର ମୁଖ୍ୟମନ୍ତ୍ରୀ

Advertisement

ଭୁବନେଶ୍ୱର: ସର୍ବସମ୍ମତିରେ ମୋହନ ଚରଣ ମାଝୀ ରାଜ୍ୟ ମୁଖ୍ୟମନ୍ତ୍ରୀ ଭାବେ ଆଜି ଶପଥ ନେବେ । ଆଜିଠାରୁ ଚାଲିବ ବିଜେପି ସରକାର । ଜନତା ମଇଦାନ ଠାରେ ଅନୁଷ୍ଠିତ ହେବାକୁ ଥିବା ନୂଆ ମୁଖ୍ୟମନ୍ତ୍ରୀଙ୍କ ଶପଥ ଗ୍ରହଣ ଉତ୍ସବରେ ଯୋଗଦେବା ପାଇଁ ବିଜେଡି ସଭାପତି ନବୀନ ପଟ୍ଟନାୟକଙ୍କୁ ବିଜେପି ପକ୍ଷରୁ ନିମନ୍ତ୍ରଣ କରାଯାଇଛି । ଗତକାଲି ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ, ବିଧାୟକ ସୁରେଶ ପୂଜାରୀ, ବିଧାୟକ ନିତ୍ୟାନନ୍ଦ ଗଣ୍ଡ, ପୂର୍ବତନ ସଭାପତି ସମୀର ମହାନ୍ତି ପ୍ରମୁଖ ନବୀନ ନିବାସରେ ଶ୍ରୀ ପଟ୍ଟନାୟକଙ୍କୁ ନିମନ୍ତ୍ରଣ କରିଛନ୍ତି ।

ବିଜେଡି ସଭାପତି ନବୀନ ପଟ୍ଟନାୟକ ବିଜେପିର ନିମନ୍ତ୍ରଣ ଗ୍ରହଣ କରି କାର୍ଯ୍ୟକ୍ରମରେ ସାମିଲ ହେବା ଲାଗି ସହମତି ଜଣାଇଛନ୍ତି । ତେବେ ଆଜି ମୁଖ୍ୟମନ୍ତ୍ରୀଙ୍କ ଶପଥ ଗ୍ରହଣ ସମୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ, ବହୁ କେନ୍ଦ୍ରମନ୍ତ୍ରୀ ଏବଂ ବିଭିନ୍ନ ରାଜ୍ୟର ମୁଖ୍ୟମନ୍ତ୍ରୀମାନେ ଯୋଗ ଦେବେ । ମୋହନ ଚରଣ ମାଝୀ ଆଜି ଅପରାହ୍ଣ ୪ଟା ୪୫ ମିନିଟରେ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ । ସେଥିପାଇଁ ୨ଟା ୩୦ ମିନିଟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ବିମାନବନ୍ଦରରେ ଆସି ପହଞ୍ଚିବେ । ଶପଥ ଗ୍ରହଣ ପାଇଁ ସମସ୍ତ ପ୍ରସ୍ତୁତି ସରିଛି ।

Get real time updates directly on you device, subscribe now.