fbpx

ଆସନ୍ତା ୧୦ରେ ବିଜେପି ବିଧାୟକ ଦଳ ବୈଠକ, ଘୋଷଣା ହୋଇପାରେ ନୂତନ ମୁଖ୍ୟମନ୍ତ୍ରୀଙ୍କ ନାଁ

ଭୁବନେଶ୍ୱର: ଆସନ୍ତା ୧୦ ତାରିଖରେ ବସିବ ବିଜେପି ବିଧାୟକ ଦଳ ବୈଠକ । ଏହି ବୈଠକରେ ଘୋଷଣା ହୋଇପାରେ ନୂଆ ମୁଖ୍ୟମନ୍ତ୍ରୀଙ୍କ ନାଁ । ୧୦ ତାରିଖ ସଂଧ୍ୟାରେ ଶପଥ ନେବେ ନୂତନ ମୁଖ୍ୟମନ୍ତ୍ରୀ । ବିଧାୟକଙ୍କ ସହମତି ପରେ ବିଧିବଦ୍ଧ ଭାବେ ନାଁ ଘୋଷଣା କରିବେ କେନ୍ଦ୍ରୀୟ ପର୍ଯ୍ୟବେକ୍ଷକ । ଭୁବନେଶ୍ୱରର ଏକ ଘରୋଇ ହୋଟେଲରେ ଅନୁଷ୍ଠିତ ହେବ ବୈଠକ ।

ଦଳୀୟ ସୂତ୍ର ଅନୁଯାୟୀ ଓଡ଼ିଶାରେ ପ୍ରଥମଥର ବିଜେପି ଏକାକୀ ସରକାର ଗଢ଼ିବାକୁ ଯାଉଛି । ଏନେଇ ମୁଖ୍ୟମନ୍ତ୍ରୀ ପଦ ପାଇଁ ରେସରେ ଅନେକ ନେତାଙ୍କ ନାଁ ଚର୍ଚ୍ଚାରେ ରହିଛି । ସମ୍ବଲପୁର ସାଂସଦ ଧର୍ମେନ୍ଦ୍ର ପ୍ରଧାନଙ୍କ ନାଁ ସବୁଠାରୁ ଆଗରେ ଥିବାବେଳେ ବୈଜୟନ୍ତ ପଣ୍ଡା, ସୁରେଶ ପୂଜାରୀ, ପ୍ରତାପ ଷଡ଼ଙ୍ଗୀ, ଗିରୀଶ ମୁର୍ମୁ, ରାଜ୍ୟ ସଭାପତି ମନମୋହନ ସାମଲ, ଅପରାଜିତା ଷଡ଼ଙ୍ଗୀଙ୍କ ନାଁ ମଧ୍ୟ ଚର୍ଚ୍ଚାରେ ରହିଛି । ଯଦି ଧର୍ମେନ୍ଦ୍ରଙ୍କୁ କେନ୍ଦ୍ର ମନ୍ତ୍ରିମଣ୍ଡଳରେ ଦାୟିତ୍ୱ ମିଳେ, ତେବେ ବିଧାୟକଙ୍କ ମଧ୍ୟରୁ କେହି ଜଣେ ମୁଖ୍ୟମନ୍ତ୍ରୀ ହେବା ସମ୍ଭାବନା ରହିଛି । ତେବେ ମୁଖ୍ୟମନ୍ତ୍ରୀ କିଏ ହେବେ, ତାହା କେନ୍ଦ୍ରୀୟ ନେତୃତ୍ୱ ନିଷ୍ପତି ନେବେ । ମୁଖ୍ୟମନ୍ତ୍ରୀଙ୍କ ସହ ଦୁଇଜଣ ଉପ ମୁଖ୍ୟମନ୍ତ୍ରୀ ଶପଥ ନେବେ ବୋଲି ଚର୍ଚ୍ଚା ହେଉଛି ।

Get real time updates directly on you device, subscribe now.