fbpx

ଆସନ୍ତାକାଲି ନାମାଙ୍କନ ଦାଖଲ କରିବେ ବିଜେପି ରାଜ୍ୟସଭା ପ୍ରାର୍ଥୀ ଅଶ୍ୱିନୀ ବୈଷ୍ଣବ

ଓଡ଼ିଶା ଭାସ୍କର: ଆସନ୍ତାକାଲି ନାମାଙ୍କନ ଦାଖଲ କରିବେ ଅଶ୍ୱିନୀ ବୈଷ୍ଣବ। ଆଜି ବିଜେପି ଦଳ ପକ୍ଷରୁ ରାଜ୍ୟସଭା ପ୍ରାର୍ଥୀ ଭାବେ ଅଶ୍ୱିନୀଙ୍କ ନାମ ଘୋଷଣା କରାଯାଇଥିବା ବେଳେ ଆସନ୍ତାକାଲି ସେ ନିଜର ନାମାଙ୍କନ ଦାଖଲ କରିବେ। ତେବେ ଆସନ୍ତାକାଲି ପୂର୍ବାହ୍ନରେ ବରିଷ୍ଠ ବିଜେପି ନେତାଙ୍କ ସହ ଯାଇ ସେ ପ୍ରାର୍ଥୀପତ୍ର ଦାଖଲ କରିବା କାର୍ୟ୍ୟସୂଚୀ ରହିଛି।

ସୂଚନା ଥାଉକି, ଆସନ୍ତା ୨୭ ତାରିଖରେ ଦେଶର ୧୫ଟି ରାଜ୍ୟର ୫୬ଟି ରାଜ୍ୟସଭା ଆସନ ପାଇଁ ନିର୍ବାଚନ ହେବ । ଏନେଇ ଗତ ୮ ତାରିଖରେ ନିର୍ବାଚନ କମିଶନଙ୍କ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଥିଲା । ଓଡ଼ିଶାର ୩ ଜଣ ରାଜ୍ୟସଭା ସାଂସଦ ଅମର ପଟ୍ଟନାୟକ, ପ୍ରଶାନ୍ତ ନନ୍ଦ ଓ ଅଶ୍ୱିନୀ ବୈଷ୍ଣବଙ୍କ କାର୍ଯ୍ୟକାଳ ଆସନ୍ତା ଏପ୍ରିଲ ମାସ ୩ ତାରିଖରେ ସମାପ୍ତ ହେବ । ଏଣୁ ଓଡ଼ିଶାରୁ ୩ ଜଣ ରାଜ୍ୟସଭା ପ୍ରାର୍ଥୀ ହେବା ନେଇ ଆବଶ୍ୟକ ରହିଥିଲା। ଯାହାକୁ ନେଇ ବିଜେଡି ପକ୍ଷରୁ ଦେବାଶିଷ ସାମନ୍ତରାୟ ଓ ଶୁଭାଶିଷ ଖୁଣ୍ଟିଆଙ୍କୁ ପ୍ରାର୍ଥୀ ଭାବେ ଘୋଷଣା କରାଯାଇଥିଲା ।

ତେବେ ଏହାପରେ ପରେ ବିଜେପି ପକ୍ଷରୁ ରାଜ୍ୟସଭା ପାଇଁ ପ୍ରାର୍ଥୀ ଘୋଷଣା ହୋଇଥିଲା। ଯେଉଁଥିରେ ପୁଣି ଅଶ୍ୱିନୀ ବୈଷ୍ଣବଙ୍କୁ ରିପିଟ କରିଛି ବିଜେପି। ଆଉ ୨୦୧୯ ରାଜ୍ୟସଭା ନିର୍ବାଚନ ଭଳି ଏଥର ବି ଅଶ୍ୱିନୀଙ୍କୁ ସମର୍ଥନ ଦେବା ଲାଗି ଘୋଷଣା କରିଛି ନିଜେଡି। ଅଶ୍ୱିନୀଙ୍କ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏକ ପ୍ରେସ୍ ବିଜ୍ଞପ୍ତି ଜରିଆରେ ସମର୍ଥନ ଘୋଷଣା କରିଛନ୍ତି। ରାଜ୍ୟର ବୃହତର ସ୍ୱାର୍ଥକୁ ଦୃଷ୍ଟିରେ ରଖି, ଅଶ୍ୱିନୀ ବୈଷ୍ଣଙ୍କ ରାଜ୍ୟସଭା ପ୍ରାର୍ଥୀତ୍ୱକୁ ସମର୍ଥନ କରିବ ବୋଲି ବିଜେଡି ପକ୍ଷରୁ ସୂଚନା ଦିଆଯାଇଛି। ଓଡ଼ିଶାର ରେଳବାଇ ଏବଂ ଟେଲିକମ୍ କ୍ଷେତ୍ରରେ ଓଡ଼ିଶାର ସ୍ୱାର୍ଥକୁ ଦେଖି ଏହି ସମର୍ଥନ ଦିଆଯାଇଥିବା ସୂଚନା ଦିଆଯାଇଛି।

 

Get real time updates directly on you device, subscribe now.