fbpx

ଆସନ୍ତା ୨୯ରେ ବିଜେପିର ରାଜ୍ୟ କାର୍ଯ୍ୟକାରିଣୀ ବୈଠକ: ଯୋଗଦେବେ କେନ୍ଦ୍ରମନ୍ତ୍ରୀ, ସାଂସଦ ଓ ବିଧାୟକ

Advertisement

ଭୁବନେଶ୍ୱର(ଓଡ଼ିଶା ଭାସ୍କର): ଆସନ୍ତା ୨୯ ତାରିଖରେ ବିଜେପିର ରାଜ୍ୟ କାର୍ଯ୍ୟକାରିଣୀ ବୈଠକ ଅନୁଷ୍ଠିତ ହେବ । ତା’ ପୂର୍ବରୁ ୨୮ ତାରିଖରେ ରାଜ୍ୟ ପଦାଧିକାରୀଙ୍କ ଗୁରୁତ୍ୱପୂର୍ଣ୍ଣ ବୈଠକ ବସିବ । ଏହି କାର୍ଯ୍ୟକାରିଣୀରେ କେନ୍ଦ୍ରମନ୍ତ୍ରୀ, ରାଜ୍ୟ ସହ ପ୍ରଭାରୀ, ସମସ୍ତ ସାଂସଦ, ବିଧାୟକ, ରାଷ୍ଟ୍ରୀୟ ପଦାଧିକାରୀ, ରାଜ୍ୟ ପଦାଧିକାରୀ ଓ ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟମାନେ ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି ।

ବିଜେପିର ରାଜ୍ୟ କାର୍ଯ୍ୟକାରିଣୀ ବୈଠକରେ ରାଜ୍ୟର ସାଂପ୍ରତିକ ରାଜନୈତିକ ପରିସ୍ଥିତି ସାମାଜିକ ପ୍ରସଙ୍ଗ ଉପରେ ଆଲୋଚନା ହେବ । ରାଜ୍ୟ କାର୍ଯ୍ୟକାରିଣୀ ବୈଠକରେ ରାଜ୍ୟ ବିଜେପି ସଭାପତି ସମୀର ମହାନ୍ତି ସଭାପତିତ୍ୱ କରିବେ । ୨୮ ତାରିଖରେ ହେବାକୁ ଥିବା ଗୁରୁତ୍ୱପୂର୍ଣ୍ଣ ବୈଠକ ରାଜ୍ୟ କାର୍ଯ୍ୟାଳୟରେ ଅପରାହ୍ଣରେ ଅନୁଷ୍ଠିତ ହେବ ।

ସେହିପରି ୨୯ ତାରିଖରେ ହେବାକୁ ଥିବା ରାଜ୍ୟ କାର୍ଯ୍ୟକାରିଣୀ ବୈଠକ ଫୁଲନଖରା, କୁରାଙ୍ଗସ୍ଥିତ ‘ମୀରା କୋର୍ଟୟାର୍ଡ’ଠାରେ ଅନୁଷ୍ଠିତ ହେବ । ଏନେଇ ରାଜ୍ୟ ସାଧାରଣ ସମ୍ପାଦକ ଗୋଲକ ମହାପାତ୍ର ସୂଚନା ଦେଇଛନ୍ତି । ରାଜ୍ୟ କାର୍ଯ୍ୟକାରିଣୀ ବୈଠକରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ରାଜ୍ୟ ସହ ପ୍ରଭାରୀ ବିଜୟ ପାଲ ସିଂହ ତୋମାର, ଜିଲ୍ଲା ସଭାପତି, ଜିଲ୍ଲା ପ୍ରଭାରୀ, ବିଭିନ୍ନ ମୋର୍ଚ୍ଚାର ସଭାପତିମାନେ ଯୋଗ ଦେବେ ।

Get real time updates directly on you device, subscribe now.