fbpx
BJD
BJD SKY
BJD SKY

ନାମାଙ୍କନ ଦାଖଲ କଲେ ବିଜେପିର କେନ୍ଦ୍ରାପଡ଼ା ଲୋକସଭା ପ୍ରାର୍ଥୀ ବୈଜୟନ୍ତ ପଣ୍ଡା

ଭୁବନେଶ୍ୱର: କେନ୍ଦ୍ରାପଡ଼ା ଲୋକସଭା କ୍ଷେତ୍ର ପାଇଁ ବିଜେପି ପ୍ରାର୍ଥୀ ବୈଜୟନ୍ତ ପଣ୍ଡା ଆଜି ନାମାଙ୍କନ ପତ୍ର ଦାଖଲ କରିଛନ୍ତି । କେନ୍ଦ୍ରାପଡ଼ା ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ସେ ନାମାଙ୍କନ ପତ୍ର ଦାଖଲ କରିଛନ୍ତି । ନାମାଙ୍କନ ପତ୍ର ଦାଖଲ କରିବା ପୂର୍ବରୁ ବୈଜୟନ୍ତ ପଣ୍ଡା ବିଶାଳ ଶୋଭାଯାତ୍ରାରେ ଆସିଥିଲେ । ପ୍ରଥମେ ସେ ତିନି ମୁହାଣି ସ୍ଥିତ ରାମ ମନ୍ଦିରକୁ ଯାଇ ପୂଜାର୍ଚ୍ଚନା କରିଥିଲେ। ଏହାପରେ ତିନି ମୁହାଣିରୁ ଶୁଭେଛୁ, ସମର୍ଥକ ଓ ବିଜେପି କର୍ମକର୍ତ୍ତାଙ୍କ ସହ ଏକ ବିରାଟ ପଟୁଆର ବାହାରିଥିଲେ। ବୈଜୟନ୍ତଙ୍କ ବିଶାଳ ଶୋଭାଯାତ୍ରା ଲ’ କଲେଜ, ତିନି ମୁହାଁଣି ଛକ, କଜଳା, ମହିପାଳ, ନୂଆ ବସ୍‌ଷ୍ଟାଣ୍ଡ, ବଡ଼ ହାଟ ଓ ପୁରୁଣା ବସ୍‌ ଷ୍ଟାଣ୍ଡ ଦେଇ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ପହଞ୍ଚିଥିଲା। ତା’ପରେ ସେ ସେଠାରେ ନାମାଙ୍କନପତ୍ର ଦାଖଲ କରିଥିଲେ।

ବୈଜୟନ୍ତଙ୍କ ବିଶାଳ ଶୋଭାଯାତ୍ରା ସମୟରେ ବାଟରେ କିଏ ତାଙ୍କୁ ଫୁଲତୋଡ଼ା ଦେଉଥିଲେ ତ ଆଉ କିଏ ଫୁଲମାଳ ପିନ୍ଧାଇ ସ୍ୱାଗତ ଜଣାଉଥିଲେ । ଏହି ବିରାଟ ଶୋଭାଯାତ୍ରାରେ କେନ୍ଦ୍ରାପଡ଼ା ସଂସଦୀୟ କ୍ଷେତ୍ର ଅନ୍ତର୍ଗତ ସମସ୍ତ ବିଧାନସଭା ନିର୍ବାଚନ ମଣ୍ଡଳୀର ବିଜେପି ବିଧାୟକ ପ୍ରାର୍ଥୀମାନେ ସାମିଲ ହୋଇଥିଲେ । ମୋଦୀଙ୍କ ନେତୃତ୍ୱ ପାଇଁ ଲୋକମାନଙ୍କ ମନରେ ଏହି ଉତ୍ସାହ ଦେଖିବାକୁ ମିଳୁଛି । ମୋଦିଙ୍କ ଗ୍ୟାରେଣ୍ଟି ଉପରେ ଲୋକଙ୍କ ଭରସା ରହିଛି। ଆଗାମୀ ୫ବର୍ଷ ମଧ୍ୟରେ ବିକାଶ ଦୁଇ ଗୁଣା ହେବ। ଦୁଇ ଥର ପଦ୍ମ ଓ ଦୁଇ ଗୁ଼ଣା ବିକାଶ ବୋଲି ମୋଦି ଗ୍ୟାରେଣ୍ଟି ଦେଇଛନ୍ତି । ତାହାର ଫଳାଫଳ ଦେଖିବାକୁ ମିଳୁଛି ବୋଲି ଏହି ବିଶାଳ ଶୋଭାଯାତ୍ରାରେ କହିଥିଲେ ବୈଜୟନ୍ତ ପଣ୍ଡା । ଗୁରୁବାର କେନ୍ଦ୍ରାପଡା ଜିଲ୍ଲା ଆଳିରେ ବିରାଟ ରୋଡ଼ ଶୋ କରିଥିଲେ ଲୋକସଭା ପ୍ରାର୍ଥୀ ବୈଜୟନ୍ତ ପଣ୍ଡା । ଆଳିର ବିଧାୟକ ପ୍ରାର୍ଥୀ କୃଷ୍ଣଚନ୍ଦ୍ର ପଣ୍ଡା ଓ ଶତାଧୀକ କର୍ମୀଙ୍କ ସହ ମୋଟର ସାଇକେଲ ଶୋଭାଯାତ୍ରା କରିଥିଲେ। ଏହି ଶୋଭାଯାତ୍ରା ସିଙ୍ଗିରି ପଞ୍ଚାୟତରୁ ଆରମ୍ଭ ହୋଇ ସିଦ୍ଧବାଲି ଠାରେ ଶେଷ ହୋଇଥିଲା। ଶୋଭାଯାତ୍ରା ୬ଟି ପଞ୍ଚାୟତର ୧୭ କିଲୋମିଟର ରାସ୍ତା ଅତିକ୍ରମ କରିଥିଲା ।

Get real time updates directly on you device, subscribe now.