fbpx
BJD SKY
BJD SKY

ବିଜେପିର ମିଶ୍ରଣ ପର୍ବ, ପଦ୍ମ ଧରିଲେ ପ୍ରେମାନନ୍ଦ, ରାଜେନ୍ଦ୍ର ଓ ନରେନ

BJD

ଭୁବନେଶ୍ୱର: ଭୁବନେଶ୍ୱର: ପାଖେଇ ଆସୁଛି ନିର୍ବାଚନ । ଏଥିପାଇଁ ରାଜନୈତିକ ଉଷ୍ମତା ଦେଖାଯିବା ସହ ଦଳବଦଳ ପ୍ରକ୍ରିୟା ମଧ୍ୟ ବଢ଼ି ବଢ଼ି ଚାଲିଛି । ଏହି କ୍ରମରେ ବିଜେପିରେ ମିଶିଲେ ତେଲକୋଇ ବିଧାୟକ ପ୍ରେମାନନ୍ଦ ନାୟକ ଏବଂ ଧାମନଗର ପୂର୍ବତନ ବିଧାୟକ ରାଜୁ ଦାସ । ନିଜ ସମର୍ଥକଙ୍କ ଗହଣରେ ଆସି ବିଜେପି ଦଳୀୟ କାର୍ଯ୍ୟାଳୟରେ ସଭାପତି ମନମୋହନ ସାମଲ ଓ ଅନ୍ୟ ବରିଷ୍ଠ ନେତାଙ୍କ ଉପସ୍ଥିତିରେ ବିଜେପିରେ ଯୋଗ ଦେଇଛନ୍ତି
୩ ତୁଙ୍ଗ ନେତା । ଆଜି ରାଜ୍ୟ ବିଜେପି କାର୍ଯ୍ୟାଳୟରେ ମିଶ୍ରଣ ପର୍ବରେ ଏମାନଙ୍କୁ ଦଳୀୟ ଟୋପି ଓ ଉତ୍ତରୀୟ ପିନ୍ଧାଇ ସ୍ବାଗତ କରାଯାଇଥିଲା।

ତେଲକୋଇରୁ ୨୦୦୯ ଓ ୨୦୧୯ରୁ ବିଧାୟକ ହୋଇଥିଲେ ପ୍ରେମାନନ୍ଦ ନାୟକ । ଗତ କିଛି ଦିନ ପୂର୍ବରୁ ବିଜେଡିରୁ ଇସ୍ତଫା ଦେଇଥିଲେ ପ୍ରେମାନନ୍ଦ । ସେହିଭଳି ଧାମନଗରର ପୂର୍ବତନ ବିଧାୟକ ରାଜେନ୍ଦ୍ର ଦାସ ମଧ୍ୟ ବିଜେପିରେ ବିଧିବଦ୍ଧ ଭାବେ ଯୋଗ ଦେଇଛନ୍ତି । ଗତ ଧାମନଗର ଉପ-ନିର୍ବାଚନ ବେଳେ ରାଜେନ୍ଦ୍ର ଦାସଙ୍କୁ ଟିକେଟ ନ ମିଳିବାରୁ ସ୍ୱାଧୀନ ଭାବେ ନିର୍ବାଚନ ଲଢିଥିଲେ । ଦଳ ବିରୋଧୀ କାମ ପାଇଁ ରାଜେନ୍ଦ୍ରଙ୍କୁ ବିଜେଡି ବହିଷ୍କାର କରିଥିଲା । ତେବେ ସାଧାରଣ ନିର୍ବାଚନ ପୂର୍ବରୁ ରାଜେନ୍ଦ୍ର ଏବେ ବିଜେପି କ୍ୟାମ୍ପରେ ଯୋଗ ଦେଇଛନ୍ତି । ଅନ୍ୟପଟେ ଭଦ୍ରକର ପୂର୍ବତନ ବିଧାୟକ ପରେନ ପଲେଇ ୨୦୦୪ରୁ ୨୦୦୯ ପର୍ଯ୍ୟନ୍ତ କଂଗ୍ରେସ ଟିକେଟରେ ବିଧାୟକ ହୋଇଥିଲେ । ୨୦୧୯ରେ କଂଗ୍ରେସ ତାଙ୍କୁ ଟିକେଟ ନଦେବାରୁ ଅସନ୍ତୁଷ୍ଟ ଥିଲେ ନରେନ ।

 

Get real time updates directly on you device, subscribe now.