fbpx

ଦ୍ୱିତୀୟ ପର୍ଯ୍ୟାୟ ଟିକାକରଣ ନେଇ ବିଏମସି କମିଶନରଙ୍କ ପ୍ରେସମିଟ୍, ଜାଣନ୍ତୁ କେଉଁ ହସ୍ପିଟାଲରେ ଓ କେବେ ଦିଆଯିବ ଟିକା

ଭୁବନେଶ୍ୱର, ୨୭ା୨ (ଓଡିଶା ଭାସ୍କର): ଭୁବନେଶ୍ୱରରେ କୋଭିଡ-୧୯ ଦ୍ୱିତୀୟ ପର୍ଯ୍ୟାୟ ଟିକାକରଣ ପାଇଁ ୨୨ଟି ହସ୍ପିଟାଲ ମନୋନୀତ ହୋଇଛନ୍ତି । ୧୨ଟି ସରକାରୀ ଓ ୧୦ଟି ଘରୋଇ ହସ୍ପିଟାଲରେ ଟିକା ପ୍ରଦାନ କରାଯିବ । ଦ୍ୱିତୀୟ ପର୍ଯ୍ୟାୟ ଟିକାକରଣ ନେଇ ବିଏମସି କମିଶନର ପ୍ରେମଚନ୍ଦ୍ର ଚୌଧୁରୀ ଆଜି ପ୍ରେସମିଟରେ ସୂଚନା ଦେଇଛନ୍ତି ।

କମିଶନର କହିଛନ୍ତି ଯେ, ସରକାରୀ ହସ୍ପିଟାଲରେ ଟିକା ସମ୍ପୂର୍ଣ୍ଣ ମାଗଣାରେ ମିଳିବ । ମାତ୍ର ଘରୋଇ ହସ୍ପିଟାଲରେ ଟିକା ପାଇଁ ସର୍ଭିସ୍ ଚାର୍ଜ ୧୦୦ ଟଙ୍କା ଦେବାକୁ ପଡ଼ିବ । ଆସନ୍ତା ମାର୍ଚ୍ଚ ମାସ ୧ ତାରିଖଠାରୁ ସରକାରୀ ହସ୍ପିଟାଲରେ ଓ ମଙ୍ଗଳବାର ଠାରୁ ଘରୋଇ ହସ୍ପିଟାଲରେ ଟିକା ଦିଆଯିବ । ଏଥିସହ ରବିବାର ସୁଦ୍ଧା ଟିକା ମୂଲ୍ୟ ନେଇ ସୂଚନା ମିଳିବ । ୨୦ ପ୍ରକାର ରୋଗରେ ଆକ୍ରାନ୍ତ ୪୫ ବର୍ଷରୁ ଅଧିକ ବୟସ୍କ ବ୍ୟକ୍ତିଙ୍କୁ ଟିକା ମିଳିବ ବୋଲି କମିଶନର ସୂଚନା ଦେଇଛନ୍ତି ।

Get real time updates directly on you device, subscribe now.