fbpx

ଦୂର୍ଗାପୂଜା ପାଇଁ ବିଏମ୍‌ସିର ଗାଇଡ୍‌ଲାଇନ୍‌: ପୂଜାମଣ୍ଡପକୁ ଶ୍ରଦ୍ଧାଳୁଙ୍କୁ ବାରଣ, ଭସାଣୀ ଓ ସାଂସ୍କୃତିକ କାର୍ଯ୍ୟକ୍ରମ ଉପରେ କଟକଣା

ଭୁବନେଶ୍ୱର (ଭାସ୍କର ନ୍ୟୁଜ୍‌): ଦଶହରା ପୂଜା ପାଳନ ନେଇ ଭୁବନେଶ୍ୱର ମହାନଗର ନିଗମ(ବିଏମ୍‌ସି) ପକ୍ଷରୁ ଗାଇଡଲାଇନ ଜାରି ହୋଇଛି । ପୂଜା ମଣ୍ଡପରେ ଶ୍ରଦ୍ଧାଳୁଙ୍କ ଦର୍ଶନ ଓ ପୂଜାର୍ଚ୍ଚନା ଉପରେ ସମ୍ପୂର୍ଣ୍ଣ କଟକଣା ଜାରି କରାଯାଇଛି । ଏହାସହିତ ମେଢ଼ ବିସର୍ଜନ ପାଇଁ ଭସାଣୀ ଶୋଭାଯାତ୍ରା ହୋଇପାରିବ ନାହିଁ । କୌଣସି ପରିସ୍ଥିତିରେ ପୂଜା ମଣ୍ଡପରେ ଏକସଙ୍ଗେ ୭ଜଣରୁ ଅଧିକ କମିଟି ସଦସ୍ୟ ଉପସ୍ଥିତ ରହିବେ ନାହିଁ ବୋଲି ବିଏମସି ପକ୍ଷରୁ ନିର୍ଦ୍ଦେଶନାମା ଜାରି ହୋଇଛି ।

ବିଏମ୍‌ସି କମିଶନରଙ୍କ ହୋଇପାରିବନି ଭସାଣୀ, ସାଂସ୍କୃତିକ କାର୍ଯ୍ୟକ୍ରମ ଦ୍ୱାରା ଜାରି ଦଶହରା ପୂଜା ପାଳନ ନିମନ୍ତେ ନିର୍ଦ୍ଦେଶନାମାରେ ଦର୍ଶାଯାଇଛି ଯେ, ରାଜ୍ୟରେ କୋଭିଡ୍‌-୧୯ ପରିସ୍ଥିତିକୁ ଦୃଷ୍ଟିରେ ରଖି ରାଜ୍ୟ ସରକାରଙ୍କ ଦ୍ୱାରା ଅଗଷ୍ଟ ୩୧ତାରିଖରେ ଜାରି ଗାଇଡଲାଇନ ଅନୁସାରେ ବିଏମସି ପକ୍ଷରୁ କେତେକ ପଦକ୍ଷେପ ନିଆଯାଇଛି । ବିଏମସି ଅଂଚଳରେ ସମସ୍ତ ଦୁର୍ଗା ପୂଜା ପାଳନ ନିମନ୍ତେ ଲୋକଙ୍କ ଏକଜୁଟ ପାଇଁ ଅନୁମତି ମିଳିବ ନାହିଁ । ପୂଜା କମିଟି ଓ ଆୟୋଜକମାନେ ପୂଜା ମଣ୍ଡପ ବା ପେଣ୍ଡାଲରେ କୋଭିଡ୍‌-୧୯ ନିୟମକୁ କଡ଼ାକଡ଼ି ପାଳନ କରିବେ । ମାସ୍କ ପିନ୍ଧିବା, ସାମାଜିକ ଦୂରତ୍ୱ ଓ ସାନିଟାଇଜେସନ୍‌ ନିୟମକୁ ପାଳନ କରିବା ସହ ପୁଲିସ କମିଶନରଙ୍କଠୁ ପୂଜା ମଣ୍ଡପ ନିମନ୍ତେ ଅନୁମତି ନେବେ ।

ପୂଜା ବେଶୀ ଆଡ଼ମ୍ବରପୂର୍ଣ୍ଣ ହେବ ନାହିଁ । କେବଳ ରୀତିନୀତି ପାଇଁ ପୂଜାର୍ଚ୍ଚନା ହେବ । ଏହି ପୂଜା ମଣ୍ଡପରେ ତିନିଟ ବନ୍ଦ ରଖାଯିବ ଓ ଗୋଟିଏ ପଟ କେବଳ ପୂଜକଙ୍କ ରୀତିନୀତି ନିମନ୍ତେ ଖୋଲା ରହିବ । ତେବେ ଏହି ଚତୁର୍ଥ ପଟକୁ ମଧ୍ୟ ଠିକ୍‌ ଭାବେ ଢାଙ୍କିବାକୁ ପଡ଼ିବ, ଯାହାଫଳରେ ଶ୍ରଦ୍ଧାଳୁମାନେ ଦର୍ଶନ କରି ।ରିବେ ନାହିଁ । ମୂର୍ତ୍ତିର ଉଚ୍ଚତା ସର୍ବାଧିକ ୪ଫୁଟ ରହିବ । ବିସର୍ଜନ ପାଇଁ ବିଏମ୍‌ସି ପକ୍ଷରୁ କୃତ୍ରିମ ପୋଖରୀ ସୃଷ୍ଟି କରାଯିବ । ବିସର୍ଜନବେଳେ ସର୍ବାଧିକ ୧୦ଜଣ ଲୋକଙ୍କୁ ଏକଜୁଟ ହେବାକୁ ଅନୁମତି ଦିଆଯାଉଥିବାରୁ ମୂର୍ତିର ଉଚ୍ଚତା ଓ ଓଜନକୁ ସୀମିତ ରଖିବାକୁ ବିଏମସି କମିଶନର ପରାମର୍ଶ ଦେଇଛନ୍ତି । ଏହାସହିତ ଯେଉଁମାନେ ବିସର୍ଜନରେ ସାମିଲ ହେବେ, ସେମାନେ କୋଭିଡ୍‌ ଟିକା ଦୁଇ ଡୋଜ୍‌ ନେଇଥିବାକୁ ପୂଜା କମିଟି ସୁନିଶ୍ଚିତ କରାଇବେ । ସେହିପରି ସାଂସ୍କୃତିକ କାର୍ଯ୍ୟକ୍ରମ ଉପରେ ମଧ୍ୟ ରୋକ୍‌ ଲଗାଯାଇଛି । ପୂଜା କମିଟି ନିଜର ସମସ୍ତ ସଦସ୍ୟଙ୍କୁ କୋଭିଡ୍‌ ଟିକାର ସାର୍ଟିଫିକେଟ ପାଖରେ ସବୁବେଳେ ରଖିବା ଓ ଯାଞ୍ଚବେଳେ ଦେଖାଇବା ନିମନ୍ତେ ଅବଗତ କରାଇବେ ବୋଲି ବିଏମସି ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଛି ।

Get real time updates directly on you device, subscribe now.