fbpx
BSKY
BJD MC SKY
BJD MS SKY

ବ୍ରହ୍ମଗିରି ବିଧାନସଭା ନିର୍ବାଚନ ମଣ୍ଡଳୀର ଜଣେ ନେତା ବିଜେଡିରୁ ସସପେଣ୍ଡ: ସୁପ୍ରିମୋଙ୍କ ବଡ଼ କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ୱର(ଓଡ଼ିଶା ଭାସ୍କର): ଲୋକସଭା ନିର୍ବାଚନ ପାଇଁ ଗତ ମାସ ୧୯ ତାରିଖରେ ଦେଶରେ ପ୍ରଥମ ପର୍ଯ୍ୟାୟ ମତଦାନ ସମାପ୍ତ ହୋଇଥିବା ବେଳେ ଗତ ମାସ ୨୬ ତାରିଖରେ ଦ୍ୱିତୀୟ ପର୍ଯ୍ୟାୟ ମତଦାନ ସମାପ୍ତ ହୋଇଥିଲା । ଆଗକୁ ଆଉ ୫ଟି ପର୍ଯ୍ୟାୟରେ ମତଦାନ ଗ୍ରହଣ କରାଯିବ । ସେହିପରି ମେ ୧୩ରୁ ଓଡ଼ିଶାରେ ୪ଟି ପର୍ଯ୍ୟାୟରେ ମତଦାନ ଗ୍ରହଣ କରାଯିବ । ନିର୍ବାଚନ ପାଇଁ ରାଜନୈତିକ ଦଳମାନେ ବିଭିନ୍ନ ପର୍ଯ୍ୟାୟରେ ପ୍ରାର୍ଥୀ ତାଲିକା ଜାରି କରୁଥିବା ବେଳେ ଆଉ କିଛି ଆସନରେ ପ୍ରାର୍ଥୀଙ୍କ ନାମ ଘୋଷଣା କରାଯାଇ ନାହିଁ ।

ତେବେ ଆଗାମୀ ଲୋକସଭା ବିଧାନସଭା ନିର୍ବାଚନ ପାଇଁ ଶାସକ ବିଜେଡି ତା’ର ପ୍ରସ୍ତୁତି ଜାରି ରଖିଛି । ଏହା ମଧ୍ୟରେ ଦଳ ୨୧ଟି ଲୋକସଭା ଆସନରେ ପ୍ରାର୍ଥୀ ଦେଇ ସାରିଥିବା ବେଳେ ୩ଟି ବିଧାନସଭା ଆସନ ଖଣ୍ଡପଡ଼ା, ନୀଳଗିରି, କୋରେଇ ପାଇଁ ପ୍ରାର୍ଥୀଙ୍କ ନାମ ଘୋଷଣା କରିନାହିଁ । ଖୁବଶୀଘ୍ର ଦଳ ଏହିସବୁ ଆସନ ପାଇଁ ପ୍ରାର୍ଥୀଙ୍କ ନାମ ପ୍ରକାଶ କରିବ । ତେବେ ଏହା ମଧ୍ୟରେ ଆସିଛି ଏକ ବଡ଼ ଖବର । ଦଳରୁ ଜଣେ ନେତାଙ୍କୁ ସସପେଣ୍ଡ କରାଯାଇଛି । ବ୍ରହ୍ମଗିରି ବିଧାନସଭା ନିର୍ବାଚନ ମଣ୍ଡଳୀର ଜୋନ ନଂ-୨୮ର ଜିଲ୍ଲା ପରିଷଦ ସଦସ୍ୟ କୌଳାସ ପରିଡ଼ାଙ୍କୁ ଦଳରୁ ସସପେଣ୍ଡ କରାଯାଇଛି । ଦଳ ବିରୋଧୀ କାର୍ଯ୍ୟ କାରଣରୁ କୈଳାସଙ୍କ ବିରୋଧରେ ଏହି ଆକ୍ସନ ନିଆଯାଇଛି । ବିଜେଡି ସଭାପତି ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶ ମତେ ଏହି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି । ଏନେଇ ଦଳର ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ ଏକ ପ୍ରେସ୍ ବିଜ୍ଞପ୍ତି ଜାରି କରିଛନ୍ତି ।

Get real time updates directly on you device, subscribe now.