fbpx

ବ୍ରଜରାଜନଗର ଉପନିର୍ବାଚନ: ଷ୍ଟାର ପ୍ରଚାରକ ତାଲିକା ଘୋଷଣା କଲା BJP

Advertisement

ଝାରସୁଗୁଡ଼ା(ଓଡ଼ିଶା ଭାସ୍କର): ବ୍ରଜରାଜନଗର ଉପନିର୍ବାଚନ ପାଇଁ ବାଜିସାରିଛି ନିର୍ବାଚନୀ ବିଗୁଲ । ବିଜେଡି, ବିଜେପି ଓ କଂଗ୍ରେସ ପକ୍ଷରୁ ପ୍ରାର୍ଥୀ ଘୋଷଣା ପରେ ଆରମ୍ଭ ହୋଇଛି ରାଜନୀତି । ଏହାରି ମଧ୍ୟରେ ବ୍ରଜରାଜନଗର ପାଇଁ ଷ୍ଟାର ପ୍ରଚାରକ ତାଲିକା ଘୋଷଣା କରିଛି ବିଜେପି । ୪୦ ଜଣିଆ ତାଲିକାରେ ସଭାପତି ସମୀର ମହାନ୍ତିଙ୍କ ସହ ୫ କେନ୍ଦ୍ରମନ୍ତ୍ରୀ ରହିଛନ୍ତି ।

କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ପୀୟୂଷ ଗୋୟଲ, ପ୍ରହ୍ଲାଦ ଯୋଶୀ, ଅଶ୍ୱିନୀ ବୈଷ୍ଣବଙ୍କ ସମେତ ବିଶ୍ୱେଶ୍ୱର ଟୁଡୁ, ଡି.ପୁରନ୍ଦେଶ୍ୱରୀ, ବୈଜୟନ୍ତ ପଣ୍ଡା, ଅପରାଜିତା ଷଡ଼ଙ୍ଗୀଙ୍କ ନାଁ ଷ୍ଟାର ପ୍ରଚାରକ ଭାବେ ସାମିଲ କରାଯାଇଛି । ଏହା ସହ ସମ୍ବିତ ପାତ୍ର, ରମଣ ସିଂ, ପ୍ରତାପ ଷଡ଼ଙ୍ଗୀ, ସୁରେଶ ପୂଜାରୀଙ୍କ ନାଁ ମଧ୍ୟ ରହିଛି ।

ଏହା ପୂର୍ବରୁ ଷ୍ଟାର ପ୍ରଚାରକ ତାଲିକା ଘୋଷଣା କରିଥିଲା କଂଗ୍ରେସ । କଂଗ୍ରେସର ୪୦ ଜଣ ଷ୍ଟାର ପ୍ରଚାରକ ଉପନିର୍ବାଚନ ପାଇଁ ପ୍ରଚାର କରିବେ । ଏନେଇ ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକ ସୂଚନା ଦେଇଛନ୍ତି । କଂଗ୍ରେସର ପ୍ରଚାର ତାଲିକାରେ ଛତିଶଗଡ଼ର କିଛି ମନ୍ତ୍ରୀ ସାମିଲ ଅଛନ୍ତି । ଜିତିବା ପାଇଁ କଠିନ ପରିଶ୍ରମ କରିବାକୁ ପଡିବ ବୋଲି ନିରଞ୍ଜନ କହିଛନ୍ତି ।

ତେବେ ବିଜୁ ଜନତା ଦଳ ସଭାପତି ଶ୍ରୀଯୁକ୍ତ ନବୀନ ପଟ୍ଟନାୟକ ବ୍ରଜରାଜନଗର ବିଧାନସଭା ନିର୍ବାଚନମଣ୍ଡଳୀ ଉପ-ନିର୍ବାଚନ ପାଇଁ ପୂର୍ବତନ ବିଧାୟକ ସ୍ୱର୍ଗତଃ କିଶୋର କୁମାର ମହାନ୍ତିଙ୍କ ପତ୍ନୀ ଶ୍ରୀମତୀ ଅଳକା ମହାନ୍ତିଙ୍କୁ ପ୍ରାର୍ଥୀ ଭାବରେ ମନୋନୟନ କରିଛନ୍ତି । ଏହା ସହ ରାଧାରାଣୀ ପଣ୍ଡାଙ୍କୁ ପ୍ରାର୍ଥୀ ଭାବେ ଘୋଷଣା କରିଛି ବିଜେପି । ସୂଚନା ଅନୁସାରେ ବ୍ରଜରାଜନଗରର ପୂର୍ବତନ ବିଧାୟିକା ହେଉଛନ୍ତି ରାଧାରାଣୀ ପଣ୍ଡା । ସେହପରି କିଶୋର ପଟେଲଙ୍କୁ ବିଧାୟକ ପ୍ରାର୍ଥୀ ଭାବେ କରିଛି କଂଗ୍ରେସ । ଏନେଇ କଂଗ୍ରେସ ବିଧାୟକ ସନ୍ତୋଷ ସିଂ ସାଲୁଜା ସୂଚନା ଦେଇଛନ୍ତି । ଆମେ ସବୁ ତାଙ୍କ ପାଇଁ ଲଢ଼ିବୁ ବୋଲି ବିଧାୟକ ସନ୍ତୋଷ କହିଛନ୍ତି ।

ସୂଚନାଯୋଗ୍ୟ ଯେ, ଗତ ବର୍ଷ ଡିସେମ୍ବର ମାସ ୩୦ ତାରିଖରେ ବ୍ରଜରାଜନଗର ବିଧାୟକ କିଶୋର ମହାନ୍ତିଙ୍କ ଦେହାନ୍ତ ହୋଇଥିଲା । ଏକ ଶୋକ ସଭାରେ ଯୋଗଦେଇ ଫେରିବା ପରେ କିଶୋର ଅସୁସ୍ଥ ହୋଇ ପଡ଼ିଥିଲେ । ଏହାପରେ ଝାରସୁଗୁଡ଼ା ଜିଲ୍ଲାର ଏକ ପ୍ରାଇଭେଟ୍ ହସ୍ପିଟାଲରେ ତାଙ୍କର ମୃତ୍ୟୁ ଘଟିଥିଲା । ଶ୍ରୀ ମହାନ୍ତି ଝାରସୁଗୁଡ଼ାରୁ ୩ ଥର ବିଧାୟକ ଓ ଥରେ ରାଜ୍ୟସଭା ସାଂସଦ ପଦରେ ରହିଥିଲେ । ବିଜେଡିର ବିଧାୟକ କିଶୋର ମହାନ୍ତିଙ୍କ ଦେହାନ୍ତ ପରେ ଏହି ଆସନ ଖାଲି ପଡ଼ିଛି ।

Get real time updates directly on you device, subscribe now.