fbpx

BREAKING NEWS; ୨୭ରେ ଓଡିଶା ଆସୁଛନ୍ତି ମହାମହିମ ରାଷ୍ଟ୍ରପତି; ସୂଚନା ଦେଲା ରାଷ୍ଟ୍ରପତି ଭବନ

Advertisement

ନୂଆଦିଲ୍ଲୀ; ଓଡିଶା ଆସିବେ ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ଆସନ୍ତା ନଭେମ୍ବର ୨୭ ତାରିଖରେ ସେ ଓଡିଶା ଗସ୍ତରେ ଆସୁଥିବା ସୂଚନା ମିଳିଛି । ଏନେଇ ରାଷ୍ଟ୍ରପତି ଭବନ ପକ୍ଷରୁ ବର୍ତ୍ତମାନ ସୂଚନା ଦିଆଯାଇଛି । ପାରାଦୀପ ବୋଇତ ବନ୍ଦାଣ ଉତ୍ସବରେ ତାଙ୍କର ଯୋଗ ଦେବା କାର୍ଯ୍ୟକ୍ରମ ରହିଛି ।

ସୂଚନା ଅନୁସାରେ, ରାଷ୍ଟ୍ରପତି ଆସନ୍ତା ୨୭ ତାରିଖ ସକାଳ ୧୦ଟାରୁ ଏହି ଉତ୍ସବରେ ଯୋଗଦେବେ। ପାରାଦୀପ ବନ୍ଦର କର୍ତ୍ତୃପକ୍ଷଙ୍କ ଦ୍ୱାରା ଆୟୋଜିତ ହେଉଥିବା ବୋଇତ ବନ୍ଦାଣ ଉତ୍ସବରେ ସେ ମୁଖ୍ୟ ଅତିଥି ଭାବେ ଯୋଗ ଦେବେ ବୋଲି ରାଷ୍ଟ୍ରପତିଙ୍କ କାର୍ୟ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି।

Get real time updates directly on you device, subscribe now.