fbpx

ବ୍ରହ୍ମପୁର ବିଧାୟକ ବିକ୍ରମ ପଣ୍ଡାଙ୍କୁ କରୋନା

ବ୍ରହ୍ମପୁର, ୧ା୯(ଓଡ଼ିଶା ଭାସ୍କର): ରାଜ୍ୟରେ କରୋନା ସଂକ୍ରମଣଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି । ବିଧାୟକ ଠାରୁ ଆରମ୍ଭ କରି ମନ୍ତ୍ରୀ କରୋନାରେ ସଂକ୍ରମିତ ହେଉଛନ୍ତି । ଏହାରି ମଧ୍ୟରେ ଆଜି ବ୍ରହ୍ମପୁର ବିଧାୟକ ବିକ୍ରମ ପଣ୍ଡା କରୋନା ଆକ୍ରାନ୍ତ ହୋଇଛନ୍ତି । କରୋନାରେ ଆକ୍ରାନ୍ତ ହୋଇଥିବା ନେଇ ସେ ନିଜେ ଟ୍ୱିଟ କରି ସୂଚନା ଦେଇଛନ୍ତି । ଏହାସହ ସେ ହୋମ ଆଇସୋଲେସନରେ ରହିବା ସହ ସୁସ୍ଥ ଅଛନ୍ତି । ଗତ କିଛି ଦିନ ମଧ୍ୟରେ ତାଙ୍କ ସଂସ୍ପର୍ଶରେ ଆସିଥିବା ବ୍ୟକ୍ତିମାନେ ସଙ୍ଗରୋଧରେ ରହିବା ସହ ତୁରନ୍ତ ନିଜର କରୋନା ଟେଷ୍ଟ କରାଇ ନେବାକୁ ବିକ୍ରମ ପଣ୍ଡା ଅନୁରୋଧ କରିଛନ୍ତ ।

Get real time updates directly on you device, subscribe now.