fbpx

୨୦୨୧-୨୨ ବଜେଟ୍: ଜାଣନ୍ତୁ କେଉଁ କ୍ଷେତ୍ରକୁ କେତେ ଟଙ୍କା ?

ଭୁବନେଶ୍ୱର,୨୨ ।୨(ଓଡିଶା ଭାସ୍କର): ବିଧାନସଭାରେ ୨୦୨୧-୨୨ ଆର୍ଥିକ ବର୍ଷର ରାଜ୍ୟ ବଜେଟ ଉପସ୍ଥାପନ କରିଛନ୍ତି ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ । ୨୦୨୧-୨୨ ଆର୍ଥିକ ବର୍ଷ ପାଇଁ ୧ ଲକ୍ଷ ୭୦ ହଜାର କୋଟିର ବଜେଟ ଉପସ୍ଥାପିତ ହୋଇଛି ।

– ଚଳିତ ବର୍ଷ ଜିଡିପି ୪.୯ ହ୍ରାସ ହେବ ବୋଲି ଆକଳନ କରାଯାଇଛି
– ଚାଷୀ, ସ୍ୱୟଂ ସହାୟିକା ଗୋଷ୍ଠୀକୁ ଅଧିକ ଋଣ ଦେବା ଯୋଜନା
– କଳାହାଣ୍ଡି ଏବଂ ନବରଙ୍ଗପୁରରେ ୨ଟି ମଧ୍ୟମ ଜଳସେଚନ ପ୍ରକଳ୍ପ ହେବ
– ଜଳସେଚନ ପାଇଁ ମୋଟ ୨୨୫୮ କୋଟି ଟଙ୍କା ବ୍ୟୟବରାଦ
– ବନ୍ୟା ନିୟନ୍ତ୍ରଣ ପାଇଁ ମୋଟ ୭୧୦ କୋଟି ବ୍ୟୟବରାଦ
– ପାର୍ବତୀ ଗିରି ଜଳସେଚନ ଯୋଜନା ପାଇଁ ୮୬୦ କୋଟି ବ୍ୟୟବରାଦ
– ଗଭୀର ନଳକୂପ ଖନନ ପାଇଁ ୩୮୯ କୋଟି ଟଙ୍କା ବ୍ୟୟବରାଦ
– ନବକୃଷ୍ଣ ଚୌଧୁରୀ ଜଳସେଚନ ଯୋଜନାରେ ୭୭ କୋଟି ବ୍ୟୟବରାଦ
– କାଳିଆ ଯୋଜନା ପାଇଁ ୧୮୦୦ କୋଟି ଟଙ୍କା ବ୍ୟୟ ବରାଦ
– ବିହନ ପାଇଁ ଶହେ ଓ ସାର ପାଇଁ ୧୦୦ କୋଟି ଅତିରିକ୍ତ ପାଣ୍ଠି
– ଉଦ୍ୟାନ କୃଷି ବିକାଶ ପାଇଁ ୧୩୨ କୋଟି ବ୍ୟୟ ବରାଦ
– ରାଷ୍ଟ୍ରୀୟ କୃଷି ବିକାଶ ଯୋଜନାରେ ୪୫୦ କୋଟି ବ୍ୟୟବରାଦ
– ବିପର୍ଯ୍ୟୟରେ ତ୍ୱରିତ କ୍ଷତିପୂରଣ ପାଇଁ ୫୬୦ କୋଟି ବ୍ୟୟବରାଦ
– ମତ୍ସ୍ୟଚାଷ ଓ ପଶୁପାଳନ ପାଇଁ ୧୪୧୫ କୋଟି ବ୍ୟୟବରାଦ
– ମାଛଧରା ଜେଟି ଓ ମାଛ ବଜାର ପାଇଁ ୧୦୦ କୋଟି ବ୍ୟୟବରାଦ କରାଯାଇଛି
– ପଶୁଙ୍କୁ ଚିକିତ୍ସା ପାଇଁ ଆରମ୍ଭ ହେବ ପଶୁ ହେଲପ ଲାଇନ ସେବା, ରାଜ୍ୟରେ ପ୍ରତିଷ୍ଠା ହେବ ପଶୁ ଚିକିତ୍ସା ବିଜ୍ଞାନ ବିଶ୍ୱବିଦ୍ୟାଳୟ।
– କୃଷି ବଜେଟ ପାଇଁ ମୋଟ ୧୭, ୪୬୮ କୋଟି ବ୍ୟୟବରାଦ।
– ଓମ୍ବାଡସି ଓ ଡିଏମ୍ଏଫରୁ କୃଷି କ୍ଷେତ୍ରରେ ୪୪୭ କୋଟି ବିନିଯୋଗ ହେବ।
– ମନରେଗାରୁ ୧୯୬୬ କୋଟି ଟଙ୍କା କୃଷି କ୍ଷେତ୍ରରେ ବିନିଯୋଗ ଯୋଜନା କରାଯାଇଛି।
– ୨୦୨୧-୨୨ରେ କୃଷି କ୍ଷେତ୍ରରେ ପ୍ରାୟ ୨୦ ହଜାର କୋଟି ବ୍ୟୟବରାଦ କରାଯାଇଛି।
– କୋଭିଡ଼ ସତ୍ତ୍ୱେ ଚଳିତ ବର୍ଷ ରାଜସ୍ୱ ଆୟ ୧୦% ବୃଦ୍ଧି ଆକଳନ କରାଯାଇଛି।
– ଚଳିତ ବର୍ଷ ଋଣ ଭାର GSDPର ୨୦.୯% ହେବା ଆକଳନ।
– ଚଳିତ ବର୍ଷ ମୋଟ ବଜେଟ ପରିମାଣ ୧ ଲକ୍ଷ ୭୦ ହଜାର କୋଟି।
– ୧.୭୦ ଲକ୍ଷରୁ ୧, ୨୫, ୬୦୦ କୋଟି ଟିକସ ଓ ଅନୁଦାନରୁ ପ୍ରାପ୍ତି ଲକ୍ଷ୍ୟ ରହିଛି।
– ଋଣରୁ ପ୍ରାୟ ୪୪ ହଜାର ୪୦୦ କୋଟି ପ୍ରାପ୍ତି ଲକ୍ଷ୍ୟ।
– ନେଟ୍ ଋଣ ପରିମାଣ ୧୮, ୪୬୫ କୋଟି ରହିବ।
– SCBକୁ ଏମ୍ସ ପ୍ଲସ କରିବାକୁ ୩୫୦୦ କୋଟି ବ୍ୟୟ ଯୋଜନା।
– SCB ପାଇଁ ଚଳିତ ବର୍ଷ ୫ଶହ କୋଟି ବ୍ୟୟବରାଦ କରାଯାଇଛି।
– ପୁରୀ ପାଇଁ ଅବଢ଼ା ଯୋଜନାରେ ୫୪୨ କୋଟି ବ୍ୟୟବରାଦ କରାଯାଇଛି।
– ଏକାମ୍ର କ୍ଷେତ୍ର ପାଇଁ ୨ଶହ ଓ ସମଲେଇ ପାଇଁ ୨ଶହ କୋଟି ବ୍ୟୟବରାଦ।
– ରାଉରକେଲା ହକି ଷ୍ଟାଡିୟମ ପାଇଁ ୯୦ କୋଟି ବ୍ୟୟବରାଦ କରାଯାଇଛି।
– ସ୍ୱାସ୍ଥ୍ୟସେବା ପାଇଁ ମୋଟ ୯୧୬୪ କୋଟି ବ୍ୟୟବରାଦ।
-କଟକ ବଡ଼ ମେଡିକାଲକୁ ଏମ୍‌ସ ପ୍ଲସ କରିବା ପାଇଁ ୩୫୦୦ କୋଟି
– ଦୁର୍ଘଟଣାରେ ଗୁରୁତରଙ୍କୁ ଚିକିତ୍ସା ପାଇଁ ଫ୍ରି ଟ୍ରମା କେୟାର ଯୋଜନା।
– ଫ୍ରି ଟ୍ରମା କେୟାର ଯୋଜନା ପାଇଁ ୪୦ କୋଟି ଟଙ୍କା ବ୍ୟୟବରାଦ।
– ଶିକ୍ଷା କ୍ଷେତ୍ର ପାଇଁ ମୋଟ ୨୪, ୩୭୦ କୋଟି ବ୍ୟୟବରାଦ।
– ଆଦର୍ଶ ସ୍କୁଲ ପାଇଁ ୨୮୦ କୋଟି ଟଙ୍କା ବ୍ୟୟବରାଦ।
– ମଧ୍ୟାହ୍ନ ଭୋଜନ ଯୋଜନା ପାଇଁ ୯୫୭ କୋଟି ବ୍ୟୟବରାଦ।
– ମୋ ସ୍କୁଲ ପାଇଁ ୨୫୩ କୋଟି ଓ ମୋ କଲେଜ ପାଇଁ ୭ କୋଟି ବ୍ୟୟବରାଦ।
– ସତ୍ୟବାଦୀ ଓଡ଼ିଆ ବିଶ୍ୱବିଦ୍ୟାଳୟ ପାଇଁ ୧୦ କୋଟି ଟଙ୍କା ବ୍ୟୟବରାଦ କରାଯାଇଛି।
– ବ୍ଲକସ୍ତରରେ ମିଶନ ଶକ୍ତି ଗୃହ ନିର୍ମାଣ ପାଇଁ ଅତିରିକ୍ତ ଶହେ କୋଟି।
– ୧ ଟଙ୍କାରେ ଚାଉଳ ଯୋଗାଣ ପାଇଁ ୯୬୯ କୋଟି ବ୍ୟୟବରାଦ।
– ବିପର୍ଯ୍ୟୟ ସହନୀୟ ବିଦ୍ୟୁତ ଯୋଗାଣ ପାଇଁ ୫୦ କୋଟି ଟଙ୍କା।
– ହାତୀ କରିଡ଼ର ବିଦ୍ୟୁତ ଯୋଗାଣ ପାଇଁ ୧୨୦ କୋଟି।
– ବିଜୁ ଏକ୍ସପ୍ରେସ ୱେ ପାଇଁ ୧୦୦ କୋଟି ବ୍ୟୟବରାଦ ଯୋଜନା।
– ବିଜୁ ସେତୁ ଯୋଜନା ପାଇଁ ୯୧୨ କୋଟି ଟଙ୍କା ବ୍ୟୟବରାଦ।
– ସହରାଞ୍ଚଳରେ ରୋଜଗାର ପାଇଁ ୨୦୦ କୋଟି ଟଙ୍କା ।
– କଳାକାର ସହାୟତା ପାଇଁ ୫୧ କୋଟି ଟଙ୍କା
– ମହିଳାଙ୍କ ପାଇଁ ୧୦ ଲକ୍ଷ ଟଙ୍କାର ସ୍ବାସ୍ଥ୍ୟ ବୀମା ।
– ପୁରୁଷଙ୍କ ପାଇଁ ୫ ଲକ୍ଷ ଟଙ୍କାର ସ୍ବାସ୍ଥ୍ୟ ବୀମା ।
– ମୁଖ୍ୟମନ୍ତ୍ରୀ ସ୍ବାସ୍ଥ୍ୟ ସେବା ମିଶନ ପାଇଁ ୧୫୭୨ କୋଟି ।
– ଖୁସି ଯୋଜନା ପାଇଁ ୩୦ କୋଟି ଟଙ୍କାର ବ୍ୟୟ ବରାଦ
– ସମଲେଇ ବିକାଶ ପାଇଁ ୨୦୦ କୋଟି ଟଙ୍କା,
– ପର୍ଯ୍ୟଟନର ବିକାଶ ପାଇଁ ୩୪୯ କୋଟି ଟଙ୍କା,
– ପର୍ଯ୍ୟଟନର ପ୍ରସାର ପାଇଁ ୮୩ କୋଟି ଟଙ୍କା ।
– ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା ପାଇଁ ୧୩୫୩ କୋଟି
– ହସ୍ତତନ୍ତ ଓ ହସ୍ତଶିଳ୍ପ ପାଇଁ ୧୬୩ କୋଟି ଟଙ୍କା ।
– ମୋ କଲେଜ ପାଇଁ ୭ କୋଟି ଟଙ୍କା ବ୍ୟୟ ବରାଦ ।
– ବିଜୁ ସେତୁ ଯୋଜନା ପାଇଁ ୯୧୨ କୋଟି ଟଙ୍କା ।
– ଏକାମ୍ର ଯୋଜନା ପାଇଁ ୨୦୦ କୋଟି ଟଙ୍କା

Get real time updates directly on you device, subscribe now.