fbpx

ବସ୍‌- ସ୍କୁଟି ମୁହାଁମୁହିଁ ଧକ୍କା, ୨ ମୃତ

ଗଞ୍ଜାମ: ଆସିକାରେ କୋଟିନଡ଼ା କଲେଜ ଛକ ନିକଟରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ସ୍କୁଟିକୁ ବସ୍ ମୁହାଁମୁହିଁ ଧକ୍କା ଦେଇଛି । ଏହି ଦୁର୍ଘଟଣାରେ ୨ ଜଣ ସ୍କୁଟି ଆରୋହୀଙ୍କ ଘଟଣାସ୍ଥଳରେ ମୃତ୍ୟୁ ହୋଇଥିବା ସୂଚନା ମିଳିଛି । ମୃତ ଯୁବକ ଦୁଇଜଣ ବ୍ରହ୍ମପୁରର ବୋଲି ଜଣାପଡ଼ିଥିବା ବେଳେ ମୃତକଙ୍କ ପରିଚୟ ଅସ୍ପଷ୍ଟ ରହିଛି । ବସରେ ଥିବା ସମସ୍ତ ଯାତ୍ରୀ ସୁରକ୍ଷିତ ଥିବା ଜଣାପଡ଼ିଛି । ବସଟି ଆସିକାରୁ ଭୁବନେଶ୍ୱର ଅଭିମୁଖେ ଆସୁଥିବା ବେଳେ ଏହି ଦୁର୍ଘଟଣା ଘଟିଥିଲା । ସେପଟେ ଖବର ପାଇ ପୋଲିସ ଘଟଣାସ୍ଥଳରେ ପହଂଚି ବସ ଡ୍ରାଇଭରକୁ ଅଟକ ରଖି ତଦନ୍ତ ଜାରି ରଖିଛି ।

Get real time updates directly on you device, subscribe now.