fbpx

BIG BREAKING: ୧୦ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବକୁ କ୍ୟାବିନେଟର ମଞ୍ଜୁରୀ

AAKASH

ଭୁବନେଶ୍ୱର: ମଙ୍ଗଳବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଲୋକସେବା ଭବନରେ ଆୟୋଜିତ ରାଜ୍ୟ କ୍ୟାବିନେଟ୍ ବୈଠକରେ କିଛି ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ ଗ୍ରହଣ ହୋଇଛି। ଯେଉଁଥିରେ ମୋଟ ୧୦ଟି ପ୍ରସ୍ତାବକୁ କ୍ୟାବିନେଟର ମଞ୍ଜୁରୀ ମିଳିଥିବା ସୂଚନା ପ୍ରକାଶ ପାଇଛି। ଏଥିରେ ଯାନବାହାନ କ୍ଷେତ୍ରରେ ଥିବା ଫାଇନାର ଓଟିଏସ୍ ସ୍କିମଙ୍କୁ ମଞ୍ଜୁରୀ ମିଳିଛି। ଗୋପାଳପୁର ୟୁଟିଲିଟି କରିଡରକୁ ମଧ୍ୟ ମଞ୍ଜୁରୀ ମିଳିଛି। ସେହିପରି ଚୌଦ୍ୱାର ଓ ସମ୍ବଲପୁର ୱେଲସ୍ପନ ଗ୍ରୁପ ସମନ୍ୱିତ ପ୍ରକଳ୍ପ ସ୍ୱତନ୍ତ୍ର ଅନୁଦାନକୁ ମଞ୍ଜୁରୀ ମିଳିଥିବା ଜଣାପଡିଛି।

ଅନ୍ୟପଟେ ଜଟଣୀ ଓ ଭୁବନେଶ୍ୱର ତହସିଲ ଅଧିନରେ ଲିଜ୍ ସୂତ୍ରରେ ଜମି ନେଇଥିବା ଭୂମିହୀନଙ୍କୁ ସ୍ଥାୟୀ ପଟ୍ଟା ପ୍ରଦାନ କରାଯିବ। ଭୁବନେଶ୍ୱର ଓ ଜଟଣୀ ତହସିଲରେ ଥିବା ଭୂମିହୀନଙ୍କୁ ସ୍ଥାୟୀ ପଟ୍ଟା ପ୍ରଦାନ କରିବା ନେଇ ଦୀର୍ଘ ଦିନରୁ ହୋଇ ଆସୁଥିବା ଦାବି ପୂରା ହୋଇଛି। ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗର ଏହି ପ୍ରସ୍ତାବକୁ ରାଜ୍ୟ କ୍ୟାବିନେଟ୍ ମଂଜୁରୀ ମିଳିଛି। ପୂର୍ବ ବ୍ୟବସ୍ଥା ଅନୁଯାୟୀ ଏସବୁ ଭୂମିହୀନ ପୁରୀ ପୌରସଂସ୍ଥା ଅଧୀନରେ ଲିଜ୍ ସୂତ୍ରରେ ଜମି ପାଇଥିଲେ। ସେହିପରି କଟକ ମାଧ୍ୟମିକ ବୋର୍ଡ ହାଇସ୍କୁଲ ସରକାରୀ ସ୍କୁଲର ମାନ୍ୟତା ପାଇବ ବୋଲି କୁହାଯାଇଛି। ଏହା ସହ ଓଡ଼ିଶା ସାମାଜିକ ସୁରକ୍ଷା ସେବା କ୍ୟାଡରର ସଂଶୋଧନ ହେବ। ସେପଟେ ଏମ୍‌ଏସ୍‌ଏମ୍‌ଇ ନୀତି -୨୦୨୨ ଓ ଖାଦ୍ୟ ପ୍ରକ୍ରିୟାକରଣ ନୀତି-୨୦୨୨ରେ ସଂଶୋଧନ ହେବ। ଓଡ଼ିଶା ଜିଲ୍ଲା ଦେୱାନି ଅଦାଲତ କିରାଣୀ ନିଯୁକ୍ତି ସର୍ତ୍ତାବଳୀ ଅଧିନିୟମ-୨୦୦୮ରେ ସଂଶୋଧନ ହେବ। ମୋଟର ଯାନ ବକେୟା ଟିକସ ଓ ଜରିମାନାର ହେବ ଏକକାଳୀନ ପରିଷୋଧ କରାଯିବ। ପରିବହନ ବିଭାଗର ଏହି ପ୍ରସ୍ତାବକୁ କ୍ୟାବିନେଟ ମଂଜୁରୀ ମିଳିଛି।

 

Get real time updates directly on you device, subscribe now.