fbpx
BSKY
BJD MC SKY
BJD YOUTH SKY

୧୬ଟି ପ୍ରସ୍ତାବରେ ବାଜିଲା କ୍ୟାବିନେଟ୍ ମୋହର

ଭୁବନେଶ୍ୱର(ଓଡ଼ିଶା ଭାସ୍କର): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଶେଷ ହୋଇଛି ରାଜ୍ୟ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକ । କ୍ୟାବିନେଟ୍ ବୈଠକରେ ୧୬ଟି ପ୍ରସ୍ତାବକୁ ଅନୁମୋଦନ କରାଯାଇଛି । ତେବେ ଭର୍ଚୁଆଲ୍ ମୋଡରେ ଆଜି ସକାଳ ସାଢ଼େ ୧୧ଟାରେ ବୈଠକ ଆରମ୍ଭ ହୋଇଥିଲା । ଅର୍ଥ, ଖାଦ୍ୟଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗର ପ୍ରସ୍ତାବକୁ ମଞ୍ଜୁରି ମିଳିଛି । ଏହା ସହ ସାଧାରଣ ପ୍ରଶାସନ, ଗୃହ ଓ ଅବକାରୀ ବିଭାଗର ପ୍ରସ୍ତାବକୁ ମଞ୍ଜୁରି ଦିଆଯାଇଛି । ସେହିପରି ପଞ୍ଚାୟତିରାଜ, ଶ୍ରମ ବିଭାଗର ପ୍ରସ୍ତାବକୁ କ୍ୟାବିନେଟ୍ ବୈଠକରେ ଅନୁମୋଦନ କରାଯାଇଛି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭିଡିଓ କନଫରେନ୍ସ ଯୋଗେ ଏଥିରେ ସାମିଲ ହୋଇଥିଲେ ।

Get real time updates directly on you device, subscribe now.