ରାଜ୍ୟ କ୍ୟାବିନେଟ୍‌ରେ ବଡ଼ ଘୋଷଣା ; ୫ପ୍ରସ୍ତାବରେ ଲାଗିଲା ମୋହର

ଭୁବନେଶ୍ୱର : ସରିଲା ରାଜ୍ୟ କ୍ୟାବିନେଟ୍‌ର ଗୁରୁତ୍ୱପୂର୍ଣ୍ଣ ବୈଠକ । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ବସିଥିଲା ବୈଠକ । ଲୋକସଭା ଭବନ ସମ୍ମିଳନୀ କକ୍ଷରେ ବୈଠକ । ବୈଠକରେ ବିଭିନ୍ନ ବିଭାଗର ୫ରୁ ଅଧିକ ପ୍ରସ୍ତାବ ଆସିପାରେ ବୋଲି ଆଶା କରାଯାଉଥିଲା। ମୁଖ୍ୟତଃ ରାଜସ୍ୱ, ପୂର୍ତ୍ତ, ଜଳସଂପଦ ବିଭାଗର ପ୍ରସ୍ତାବରେ ବାଜିଛି ମୋହର ।

ମୁଖ୍ୟ ଶାସନ ସଚିବ ଶ୍ରୀ ମନୋଜ ଆହୁଜା କ୍ୟାବିନେଟ ବୈଠକରେ ନିଆଯାଇଥିବା ନିଷ୍ପତ୍ତି ସମ୍ପର୍କରେ ଗଣ ମାଧ୍ୟମକୁ ସୂଚନା ଦେଇଥିଲେ ।

କ୍ୟାବିନେଟ ବୈଠକରେ ମୋଟ ୫ ଟି ବିଭାଗର ୦୫ ଟି ପ୍ରସ୍ତାବ ଆଲୋଚନା ପୂର୍ବକ ଅନୁମୋଦନ କରାଯାଇଥିଲ।

ଗୃହ ଓ ନଗର ଉନ୍ନୟନ ବିଭାଗ, ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ, ବାଣିଜ୍ୟ ଓ ପରିବହନ ବିଭାଗ, ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ଏବଂ ପଂଚାୟତିରାଜ ଓ ପାନୀୟ ଜଳ ବିଭାଗ ତରଫରୁ ଗୋଟିଏ ଲେଖାଏଁ ଏହିପରି ମୋଟ ୫ ଟି ବିଭାଗର ୫ ଟି ପ୍ରସ୍ତାବ ଆଗତ ସହ ସମସ୍ତ ପ୍ରସ୍ତାବଗୁଡିକ ରାଜ୍ୟ କ୍ୟାବିନେଟ ବୈଠକରେ ଅନୁମୋଦନ ଲାଭ କରିଛି ।

ସୂଚନାମୁତାବକ ଅଗଷ୍ଟ ୧୩ରେ ବସିଥିବା କ୍ୟାବିନେଟ ବୈଠକରେ ୬ ବିଭାଗର ୭ଟି ପ୍ରସ୍ତାବରେ କ୍ୟାବିନେଟ ମୋହର ବାଜିଥିଲା । ସମବାୟ ବିଭାଗର ହେବ ମଡେଲ ମଣ୍ଡି । ପ୍ରଥମ ପର୍ଯ୍ୟାୟରେ ୩୮ଟି ମଡେଲ ମଣ୍ଡି ପାଇଁ ଖର୍ଚ୍ଚ ହେବ ୩ଶହ କୋଟି ଟଙ୍କା । ମଣ୍ଡିରେ ଗୋଦାମ, ଶୌଚାଳୟ, ଟ୍ରକ ପାର୍କିଂ ଆଦି ସୁବିଧା ରହିବ । ଦ୍ବିତୀୟ ପର୍ଯ୍ୟାୟରେ ୬୮ଟି ମଣ୍ଡି ହେବ । ସେହିପରି ବିମାନ ସେବା କ୍ଷେତ୍ରରେ ଓଡ଼ିଶା ହେବ ଆଞ୍ଚଳିକ ହବ । ବସିଥିବା ରାଜ୍ୟ କ୍ୟାବିନେଟ ବୈଠକରେ ଏହି ନିଷ୍ପତ୍ତି ନିଆଯାଇଥିଲା ।