fbpx

ଖାଲିସ୍ତାନର ଧମକ ମଧ୍ୟରେ କାନାଡାରେ ରହୁଥିବା ଭାରତୀୟଙ୍କ ପାଇଁ ଆଡଭାଇଜରୀ ଜାରି, ମୋଦୀଙ୍କୁ ଭେଟିଲେ ବୈଦେଶିକ ମନ୍ତ୍ରୀ

Advertisement

ନୂଆଦିଲ୍ଲୀ: ଖାଲିସ୍ତାନୀ ସମର୍ଥକଙ୍କ ଧମକ ମଧ୍ୟରେ ବୈଦେଶିକ ବ୍ୟାପାର ମନ୍ତ୍ରଣାଳୟ କାନାଡା ଯାତ୍ରା କରୁଥିବା ଲୋକଙ୍କ ପାଇଁ ଏକ ଆଡଭାଇଜରୀ ଜାରି କରିଛି । ଏଥିରେ କୁହାଯାଇଛି ଯେ, କାନାଡାରେ ବଢ଼ୁଥିବା ଭାରତରେ ବିରୋଧୀ କାର୍ଯ୍ୟକଳାପ, ଘୃଣା ଅପରାଧ ଏବଂ ଅପରାଧିକ ହିଂସାକୁ ଦୃଷ୍ଟିରେ ରଖି ସେଠାରେ ଉପସ୍ଥିତ ଥିବା ସମସ୍ତ ଭାରତୀୟ ନାଗରିକ ଏବଂ ଯାତ୍ରା କରିବାକୁ ଚିନ୍ତା କରୁଥିବା ଲୋକଙ୍କୁ ଅତ୍ୟଧିକ ସତର୍କତା ଅବଲମ୍ବନ କରିବାକୁ କୁହାଯାଇଛି ।

ଏହାପୂର୍ବରୁ ବୈଦେଶିକ ମନ୍ତ୍ରୀ ଏସ ଜୟଶଙ୍କର ବୁଧବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ଭେଟି ସମଗ୍ର ପରିସ୍ଥିତି ବିଷୟରେ ଅବଗତ କରିଥିଲେ । ଜାରି କରାଯାଇଥିବା ଆଡଭାଇଜରୀରେ କୁହାଯାଇଛି ଯେ, ନିକଟରେ ଭାରତୀୟ କୂଟନୀତିଜ୍ଞ ତଥା ଭାରତୀୟ ବିରୋଧୀ ଏଜେଣ୍ଡାକୁ ବିରୋଧ କରୁଥିବା ଭାରତୀୟ ବିଭାଗକୁ ଟାର୍ଗେଟ କରାଯାଇଛି, ତେଣୁ ଭାରତୀୟ ନାଗରିକମାନଙ୍କୁ କାନାଡାର ସେହି ଅଞ୍ଚଳରୁ ଦୂରେଇ ରହିବାକୁ ପରାମର୍ଶ ଦିଆଯାଇଛି ଏବଂ ଏପରି ଘଟଣା ଘଟିଥିବା ସ୍ଥାନକୁ ଯିବା ଠାରୁ ଦୂରେଇ ରହିବାକୁ କୁହାଯାଇଛି ।

ତେବେ ଚଳିତ ବର୍ଷ ଜୁନ ମାସରେ କାନାଡାର ଜଣେ ଖଲିସ୍ତାନୀ ନେତା ହାର୍ଦ୍ଦିକ ସିଂ ନିଜାରଙ୍କୁ ଗୁଳି କରି ହତ୍ୟା କରାଯାଇଥିଲା। କାନାଡାର ସରେର ଗୁରୁ ନାନକ ଶିଖ ଗୁରୁଦ୍ୱାର ନିକଟରେ ନିଜାରଙ୍କୁ ଦୁଇଜଣ ଅଜ୍ଞାତ ଆକ୍ରମଣକାରୀ ଆକ୍ରମଣ କରିଥିଲେ। ଏହି ଆକ୍ରମଣରେ ତାଙ୍କର ମୃତ୍ୟୁ ଘଟିଥିଲା। ନିଜାରଙ୍କ ହତ୍ୟା ପଛରେ ଭାରତ ସରକାର ଷଡଯନ୍ତ୍ର କରିଥାଇ ପାରନ୍ତି ବୋଲି କାନାଡାର ପ୍ରଧାନମନ୍ତ୍ରୀ ଜଷ୍ଟିନ ଟ୍ରୁଡୋ ଅଭିଯୋଗ କରିଛନ୍ତି। ଟ୍ରୁଡୋ ଭାରତ ବିରୋଧରେ ଗୁରୁତର ଅଭିଯୋଗ କରିବା ପରେ ଉଭୟ ଦେଶର ମଧ୍ୟରେ ତିକ୍ତତା ବଢିଛି। ତେବେ ଟ୍ରୁଡୋଙ୍କ ଅଭିଯୋଗକୁ ଭାରତ ସରକାର ସମ୍ପୂର୍ଣ୍ଣ ଭାବେ ପ୍ରତ୍ୟାଖ୍ୟାନ କରିଛନ୍ତି। କାନାଡାର ଏହି ଅଭିଯୋଗ ପରେ ଭାରତ ମଧ୍ୟ କାନାଡାର ବରିଷ୍ଠ କୂଟନୀତିଜ୍ଞଙ୍କୁ ୫ ଦିନ ମଧ୍ୟରେ ଦେଶ ଛାଡିବାକୁ ନିର୍ଦ୍ଦେଶ ଦେଇଛି।

Get real time updates directly on you device, subscribe now.