fbpx

କରୋନା ନେଇ ବନ୍ଦ ରହିବ ସମସ୍ତ ସ୍କୁଲ୍

ଭୁବନେଶ୍ୱର, ୧୩ା୩(ଓଡ଼ିଶା ଭାସ୍କର): କରେନା ଭାଇରସ ସାରା ବିଶ୍ୱରେ କାୟା ବିସ୍ତାର କରିବାରେ ଲାଗିଛି । ଲୋକମାନେ ଏଥି ପାଇଁ ଭୟଭିତ ଅବସ୍ଥାରେ ରହିଛନ୍ତି । ଏହାରି ମଧ୍ୟରେ କରୋନା ପାଇଁ ଆସନ୍ତା ମାର୍ଚ୍ଚ ୩୧ଯାଏଁ ସ୍କୁଲ ବନ୍ଦ ରହିବ ବୋଲି ସୂଚନା ମିଳିଛି । ସବୁ ଶିକ୍ଷାନୁଷ୍ଠାନ ବନ୍ଦ ରଖିବାକୁ ନିଷ୍ପତ୍ତି ନିଆଯାଇଛି । କିନ୍ତୁ କେବଳ ପରୀକ୍ଷାକୁ ଛାଡ଼ି ଆଉ ସବୁ ଶିକ୍ଷାନୁଷ୍ଠାନ ବନ୍ଦ ରହିବ ବୋଲି ସୂଚନା ମିଳିଛି । ଏହାସହ ରାଜ୍ୟର ସବୁ ସିନେମା ହଲ୍ ଓ ସୁଇମିଂ ପୁଲ୍ ମଧ୍ୟ ବନ୍ଦ ରଖବାକୁ ନିର୍ଦ୍ଦେଶ ଦିଆଯାଇଛି । ସବୁ ରାଜ୍ୟ ଓ ଜିଲ୍ଲାସ୍ତରୀୟ ଅଧିକାରୀଙ୍କୁ ସତର୍କ ରହିବାକୁ ନିର୍ଦ୍ଦେଶ ଦିଆଯାଇଛି ।

ଅନ୍ୟପଟେ କରୋନାକୁ ରାଜ୍ୟ ବିପର୍ଯ୍ୟୟ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏନେଇ ଗୃହରେ ବିବୃତି ରଖିଛନ୍ତି ମୁଖ୍ୟମନ୍ତ୍ରୀ । ସେ କହିଛନ୍ତି ମୁଖ୍ୟ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ କମିଟି ଗଠନ କରାଯିବ । ଏହାସହ କରୋନା ପାଇଁ ସଚେତନ ରହିବାକୁ ମୁଖ୍ୟମନ୍ତ୍ରୀ ଅପିଲ କରିଛନ୍ତି । ସେ କହିଛନ୍ତିି ଉପଚାର ଓ ଔଷଧ ନଥିବାରୁ କେବଳ ସଚେତନ ହିଁ ରକ୍ଷା କରିପାରିବ । ଗତ ୪୫ଦିନ ହେଲା କରୋନା ଭୂତାଣୁ ବିଶ୍ୱକୁ ପ୍ରଭାବିତ କଲାଣି । ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ ମଧ୍ୟ ଏହାକୁ ମହାମାରୀ ଘୋଷଣା କରିଛି ।

Get real time updates directly on you device, subscribe now.