fbpx

ଆଜିଠୁ ଆରମ୍ଭ ହେଲା ସିବିଏସଇ ଦଶମ ଓ ଦ୍ୱାଦଶ ପରୀକ୍ଷା: ଛାତ୍ରଛାତ୍ରୀଙ୍କୁ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଓଡ଼ିଶା ଭାସ୍କର: ଗୁରୁବାର ଅର୍ଥାତ ଆଜିଠୁ ଆରମ୍ଭ ହେଉଛି ସିବିଏସଇ ଦଶମ ଓ ଦ୍ୱାଦଶ ପରୀକ୍ଷା। ଚଳିତ ବର୍ଷ ୩୯ ଲକ୍ଷରୁ ଅଧିକ ଛାତ୍ରଛାତ୍ରୀ ଏହି ପରୀକ୍ଷା ଦେଉଛନ୍ତି। ଏଥିମଧ୍ୟରୁ ରାଜ୍ୟରେ ପ୍ରାୟ ୬୦ ହଜାର ଛାତ୍ରଛାତ୍ରୀ ପରୀକ୍ଷା ଦେଉଥିବା ସୂଚନା ରହିଛି। ତେବେ ଆଜି ସକାଳ ସାଢେ ୧୦ଟାରୁ ପରୀକ୍ଷା ଆରମ୍ଭ ହୋଇଛି। ପୂର୍ବରୁ ମିଳିଥିବା ନିର୍ଦ୍ଦେଶ ମୁତାବକ ଛାତ୍ରଛାତ୍ରୀ ୧୦ଟା ପୂର୍ବରୁ ନିଜ ପରୀକ୍ଷା କେନ୍ଦ୍ରରେ ପହଞ୍ଚିଛନ୍ତି। ଭୁବନେଶ୍ୱରରେ ପରୀକ୍ଷା କେନ୍ଦ୍ରରେ ବ୍ୟାପକ ବ୍ୟବସ୍ଥା ଗ୍ରହଣ କରାଯାଇଥିବା ଦେଖିବାକୁ ମିଳିଛି।

ତେବେ ସିବିଏସଇ ପରୀକ୍ଷାକୁ ନେଇ ମାଧ୍ୟମିକ ଶିକ୍ଷା ବୋର୍ଡ ପକ୍ଷରୁ ବ୍ୟାପକ ବ୍ୟବସ୍ଥା କରାଯାଇଛି। ଭୁବନେଶ୍ୱରରେ ସମସ୍ତ ପରୀକ୍ଷା କେନ୍ଦ୍ରରେ ବ୍ୟାପକ ବ୍ୟବସ୍ଥା ଗ୍ରହଣ କରାଯାଇଥିବା ଦେଖିବାକୁ ମିଳିଛି। ସେହିପରି ସବୁ ପରୀକ୍ଷା କେନ୍ଦ୍ର ଗୁଡିକରେ ସିସିଟିଭ ଲଗାଯାଇଛି। ଦଶମ ପରୀକ୍ଷା ମାର୍ଚ୍ଚ ୧୩ ତାରିଖ ଯାଏଁ ଚାଲିବାକୁ ଥିବା ବେଳେ ଦ୍ୱାଦଶ ପରୀକ୍ଷା ଏପ୍ରିଲ ୨ ତାରିଖ ଯାଏଁ ଚାଲିବ। ସେପଟେ ଆଜିଠାରୁ ପରୀକ୍ଷା ଆରମ୍ଭ ହେଉଥିବାରୁ ସମସ୍ତ ଛାତ୍ରଛାତ୍ରୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ।

 

Get real time updates directly on you device, subscribe now.