fbpx

ପ୍ରକାଶ ପାଇଲା CBSEର ଦ୍ଵାଦଶ ରେଜଲ୍ଟ: ପାସ୍ ହାର ୮୭.୩୩%, ଏପରି କରନ୍ତୁ ଚେକ୍‌

Advertisement

ଭୁବନେଶ୍ୱର: ଆଜି ପ୍ରକାଶ ପାଇଛି ସିବିଏସଇ ଦ୍ଵାଦଶ ରେଜଲ୍ଟ। ସିବିଏସଇ ଦ୍ୱାଦଶରେ ପାସ୍ ହାର ୮୭.୩୩% ରହିଛି । ୱେବସାଇଟରେ ପରୀକ୍ଷା ଫଳ ଉପଲବ୍ଧ । ଛାତ୍ରଛାତ୍ରୀ ଓ ଅଭିଭାବକମାନେ cbse.nic.in କିମ୍ବା cbseresults.nic.in ୱେବ୍‌ସାଇଟ୍‌ରୁ ରେଜଲ୍ଟ ଦେଖିପାରିବେ। ଏଥିସହ digilocker.gov.in ରେ ମଧ୍ୟ ରେଜଲ୍ଟ ‌ଉପଲ୍ଲବ୍ଧ । କେରଳ ତ୍ରିଭେନ୍ଦ୍ରମରେ ସର୍ବାଧୀକ ପାସ ହାର ୯୯.୯୧ ରହିଛି । ଝିଅଙ୍କ ପାସ ହାର ପୁଅଙ୍କ ଅପେକ୍ଷା ୬% ଅଧିକ । ଝିଅମାନଙ୍କ ପାସ ହାର ୯୦.୬୮% ଥିବାବେଳେ ପୁଅଙ୍କ ୮୪.୬୭% ପାସ ହାର ରହିଛି ।

ଚଳିତ ବର୍ଷ ମାର୍ଚ୍ଚ ୧୫ରୁ ୨୧ ପର୍ଯ୍ୟନ୍ତ ସିବିଏସ୍‌ଇ ଦଶମ ପରୀକ୍ଷା ହୋଇଥିଲା । ଏଥିପାଇଁ ୨୧ ଲକ୍ଷ ୮୬ ହଜାର ୯୬୦ ଜଣ ଛାତ୍ରଛାତ୍ରୀ ନାମ ପଞ୍ଜୀକରଣ କରିଥିଲେ। ସେହିପରି ସିବିଏସଇ ଦ୍ୱାଦଶ ପରୀକ୍ଷାପାଇଁ ୧୯ ଲକ୍ଷ ୯୬ ହଜାର ୭୭୦ ଜଣ ଛାତ୍ରଛାତ୍ରୀ ନାମ ପଞ୍ଜୀକରଣ କରିଥିଲେ।

ଚଳିତବର୍ଷ ପ୍ରାୟ ୩୮ ଲକ୍ଷ ଛାତ୍ରଛାତ୍ରୀ ଦଶମ ଓ ଦ୍ୱାଦଶ ପରୀକ୍ଷା ଦେଇଛନ୍ତି। ଛାତ୍ରଛାତ୍ରୀମାନେ ସିବିଏସ୍‌ଇ ରେଜଲ୍ଟ ଡିଜିଲକର୍‌ ଆକାଉଣ୍ଟକୁ ଆକ୍ଟିଭେଟ୍‌ କରି ମାର୍କସିଟ୍‌ ଡାଉନଲୋଡ୍‌ କରିପାରିବେ। ଏଥିପାଇଁ ଛାତ୍ରଛାତ୍ରୀଙ୍କୁ ୬ ଡିଜିଟ୍‌ ସିକ୍ୟୁରିଟି ପିନ୍‌ ଦେବାକୁ ପଡ଼ିବ। ବୋର୍ଡ ପକ୍ଷରୁ ‌ଅନୁବନ୍ଧିତ ସ୍କୁଲ୍‌ ଗୁଡ଼ିକୁ ଡିଜିଲକର୍‌ ସିକ୍ୟୁରିଟି ପିନ୍‌ ଶେୟାର କରାଯାଇଛି।

Get real time updates directly on you device, subscribe now.