fbpx

ସାମ୍ନାକୁ ଆସିଲା ରିଆସି ଆତଙ୍କବାଦୀ ଆକ୍ରମଣର ଠିକ୍ ପୂର୍ବରୁ ସିସିଟିଭି ଫୁଟେଜ୍, ଦେଖନ୍ତୁ Video

ନୂଆଦିଲ୍ଲୀ: ରବିବାର ଦିନ ଜାମ୍ମୁ କାଶ୍ମୀରର ରିଆସିି ଜିଲ୍ଲାରେ ତୀର୍ଥଯାତ୍ରୀଙ୍କୁ ନେଇ ଯାଉଥିବା ବସ୍ ଉପରେ ଆତଙ୍କବାଦୀମାନେ ଆକ୍ରମଣ କରିଥିଲେ । ଆତଙ୍କବାଦୀଙ୍କ ଗୁଳି ବିନିମୟରେ ବସ୍ ଖାଲରେ ଖସିପଡିଥିଲା , ଯେଉଁଥିରେ ୧୦ ଜଣ ଭକ୍ତଙ୍କ ମୃତ୍ୟୁ ଘଟିଥିବା ବେଳେ ୩୦ ରୁ ଅଧିକ ଲୋକ ଆହତ ହୋଇଥିଲେ ।

ସୂଚନା ମୁତାବକ ସୁରକ୍ଷା ବାହିନୀ ସମଗ୍ର ଅଞ୍ଚଳକୁ ଘେରି ରହି ସର୍ଚ୍ଚ ଅପରେସନକୁ ଜୋରଦାର କରିଥିଲେ । ସେପଟେ ଆତଙ୍କବାଦୀ ଆକ୍ରମଣର ଠିକ୍ ପୂର୍ବରୁ ସିସିଟିଭି ଫୁଟେଜ୍ ସାମ୍ନାକୁ ଆସିଛି ।

ତେବେ ଘଟଣା ପରେ ତତ୍ପର ହୋଇଛି ସେନା । ରିଆସୀ ଜିଲ୍ଲାର ତେରଥାୟ ଗାଁରେ ପହଞ୍ଚି ପୋଲିସ ସେନା ମିଳିତ କମ୍ବିଂଅପରେସନ ଚଳାଇଛନ୍ତି। ଗତକାଲି ସଂଧ୍ୟା ପ୍ରାୟ ସାଢେ ୬ଟାରେ ଜମ୍ମୁ କାଶ୍ମୀରରେ ଆତଙ୍କବାଦୀ ଭିଆଇଛନ୍ତି ନାରକୀୟ କାଣ୍ଡ ।

ରିଆସି ଜିଲ୍ଲାରେ ଏକ ତୀର୍ଥଯାତ୍ରୀ ବସ୍‌ ଉପରେ ଅନ୍ଧାଧୂନ ଗୁଳିମାଡ କରିଥିଲେ ଆତଙ୍କବାଦୀ । ଫଳରେ ବସଟି ଦୁର୍ଘଟଣାର ଶିକାର ହୋଇ ଏକ ଖାଇରେ ଖସିପଡିଥିଲା । ଏଥିରେ ୧୦ ଜଣଙ୍କର ମୃତ୍ୟୁ ହେବା ସହ ୩୦ରୁ ଅଧିକ ଆହତ ହୋଇ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି ।

ପ୍ରଥମେ ବସଟି ଦୁର୍ଘଟଣାର ଶିକାର ହୋଇଥିବା ସନ୍ଦେହ କରାଯାଉଥିବା ବେଳେ ଘଟଣାସ୍ଥଳରୁ ଏକାଧିକ ରାଉଣ୍ଡର ଗୁଳି ଓ ଖୋକା ଜବତ ହେବା ପରେ ଏହା ଏକ ବଡଧରଣର ଆତଙ୍କୀ ହମଲା ବୋଲି ସ୍ପଷ୍ଟ ହୋଇଛି । ମୃତାହତମାନେ ସମସ୍ତେ ତୀର୍ଥଯାତ୍ରୀ ଥିଲେ । ସେମାନଙ୍କ ପରିଚୟ କ୍ରମଶଃ ସ୍ପଷ୍ଟ ହେବାରେ ଲାଗିଛି ।ସ୍ଥାନୀୟ ଏସଏସପି ମୋହିତା ଶର୍ମାଙ୍କ ପ୍ରତିକ୍ରିୟା ଅନୁସାରେ, ଏହି ୫୩ ସିଟ ବିଶିଷ୍ଟ ବସଟି ତୀର୍ଥଯାତ୍ରୀଙ୍କୁ ନେଇ ଶିବ ଖୋରୀ ମନ୍ଦିରରୁ କାତ୍ରା ଅଭିମୁଖେ ବାହାରିଥିଲା ।

Get real time updates directly on you device, subscribe now.