fbpx
BSKY SKY
BSKY SKY

ଆଜି ସମସ୍ତ ରାଜ୍ୟ ସ୍ୱାସ୍ଥ୍ୟମନ୍ତ୍ରୀମାନଙ୍କ ସହ କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ବୈଠକ, ଓମିକ୍ରନ୍ ମୁକାବିଲା ନେଇ ଆଲୋଚନା

BSKY

ନୂଆଦିଲ୍ଲୀ,: ଆଜି କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ ମନସୁଖ୍‌ ମାଣ୍ଡଭିୟ ସମସ୍ତ ରାଜ୍ୟ ଗୁଡ଼ିକର ସ୍ୱାସ୍ଥ୍ୟମନ୍ତ୍ରୀମାନଙ୍କ ସହ ଏକ ବୈଠକ କରି କରୋନା ସ୍ଥିତି ଆଲୋଚନା କରିବେ । ଦେଶର କେତେକ ରାଜ୍ୟରେ କରୋନା ସଂକ୍ରମଣ ଦ୍ରୁତ ଗତିରେ ବୃଦ୍ଧି ପାଇବା ଏବେ କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ପାଇଁ ଚିନ୍ତାର କାରଣ ପାଲଟିଛି । ତେଣୁ ଏହି ବୈଠକରେ ଆଲୋଚନା କରାଯିବ ବୋଲି ସୂଚନା ମିଳିଛି ।

କରୋନା ମହାମାରୀର ନୂଆ ଭାରିଆଣ୍ଟ ଓମିକ୍ରନ ସଂକ୍ରମିତଙ୍କ ସଂଖ୍ୟା ଦ୍ରୁତ ଗତିରେ ବୃଦ୍ଧି ପାଇବାରେ ଲାଗିଛି । ଦେଶରେ ମୋଟ ଓମାଇକ୍ରନ ସଂକ୍ରମିତଙ୍କ ସଂଖ୍ୟା ୩୫୦୦ ଅତିକ୍ରମ କରିଛି । ଗତ ୨୪ ଘଣ୍ଟା ମଧ୍ୟରେ ୫୬୩ ଓମାଇକ୍ରନ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ବର୍ତ୍ତମାନସୁଦ୍ଧା ମୋଟ ୩୬୭୧ ଓମିକ୍ରନ ସଂକ୍ରମିତ ଚିହ୍ନଟ ହେଲେଣି । ସେଥିମଧ୍ୟରୁ ୧୪୨୨ ସୁସ୍ଥ ହୋଇଥିବା ବେଳେ ୨୨୪୯ ଜଣଙ୍କର ଚିକିତ୍ସା ଜାରିରହିଛି । ଦିନକ ମଧ୍ୟରେ ମହାରାଷ୍ଟ୍ରରେ ସର୍ବାଧିକ ୧୩୩ ଓମାଇକ୍ରନ ରୋଗୀ ମିଳିଛନ୍ତି । ଏହାକୁ ମିଶାଇ ମହାରାଷ୍ଟ୍ରରେ ଓମିକ୍ରନ ସଂକ୍ରମିତଙ୍କ ସଂଖ୍ୟା ୧୦୦୯ରେ ପହଞ୍ଚିଛି । ପ୍ରଥମ ରାଜ୍ୟ ଭାବେ ମହାରାଷ୍ଟ୍ରରେ ୧,୦୦୦ରୁ ଅଧିକ ଓମିକ୍ରନ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ମହାରାଷ୍ଟ୍ର ପରେ ଦିଲ୍ଲୀରେ ୫୧୩, କର୍ଣ୍ଣାଟକରେ ୪୪୧, ରାଜସ୍ଥାନରେ ୩୭୩, କେରଳରେ ୩୩୩ ଏବଂ ଗୁଜରାଟରେ ୨୩୬ ଓମିକ୍ରନ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଅନ୍ୟ ରାଜ୍ୟ ଓମିକ୍ରନ୍ ଆକ୍ରାନ୍ତଙ୍କ ସଂଖ୍ୟା ଦୃତ ବେଗରେ ମାଡ଼ିବାରେ ଲାଗିଛି। ଓଡିଶାରେ ୭୫ ଓମିକ୍ରନ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଏହି ସଂକ୍ରମଣ ଚେନ୍‌ରେ ବ୍ରେକ୍ ଲଗାଇବା ପାଇଁ ଆଜି କେନ୍ଦ୍ର ଓ ସମସ୍ତ ରାଜ୍ୟର ସ୍ୱାସ୍ଥ୍ୟମନ୍ତ୍ରୀ ମଧ୍ୟ ଗୁରୁତ୍ବପୂର୍ଣ୍ଣ ବୈଠକ ବସିବାକୁ ଯାଉଛି।

Get real time updates directly on you device, subscribe now.