fbpx
BSKY
BJD SHG SKY
BJD MC SKY

ସାଧାରଣ ଉପଭୋକ୍ତାଙ୍କୁ ଶସ୍ତା ଦରରେ ହରଡ଼ ଡାଲି ଯୋଗାଇକୁ କେନ୍ଦ୍ର ସରକାରଙ୍କ ନିଷ୍ପତ୍ତି

ନୂଆଦିଲ୍ଲୀ: ଉପଭୋକ୍ତାଙ୍କ ସୁବିଧା ପାଇଁ ଜାତୀୟ ବଫର ଷ୍ଟକ୍‍ରୁ ହରଡ଼ ଡାଲି ଯୋଗାଇଦେବାକୁ କେନ୍ଦ୍ର ସରକାର ନିଷ୍ପତ୍ତି ନେଇଛନ୍ତି । ଆମଦାନୀ କରାଯାଇଥିବା ହରଡ଼ ଡାଲି ଭାରତୀୟ ବଜାରରେ ନିର୍ଦ୍ଧାରିତ ଓ ଲକ୍ଷ୍ୟ ଆଧାରିତ ଢଙ୍ଗରେ ପହଞ୍ଚିବା ପର୍ଯ୍ୟନ୍ତ ସରକାର ଡାଲି ଯୋଗାଇଦେବେ । ସାଧାରଣ ଉପଭୋକ୍ତାଙ୍କୁ ଶସ୍ତା ଦରରେ ହରଡ଼ ଡାଲି ଯୋଗାଇ ଦେବା ପାଇଁ ଯଥେଷ୍ଟ ପରିମାଣରେ ଡାଲି ନିଲାମ କରାଯିବ । ବଜାରରେ ଡାଲି ଉପଲବ୍ଧତାର ପ୍ରଭାବକୁ ଆକଳନ କରାଯାଇ ସେହି ଆଧାରରେ ନିଲାମୀର ପୁନରାବୃତ୍ତି କରାଯିବ ।

ଅନ୍‍ଲାଇନ୍‍ ନିଲାମୀ ଜରିଆରେ ଯୋଗ୍ୟ ମିଲରମାନଙ୍କୁ ଡାଲି ଯୋଗାଣ ନିମନ୍ତେ କେନ୍ଦ୍ର ଉପଭୋକ୍ତା ବ୍ୟାପାର, ଖାଦ୍ୟ ଓ ସାଧାରଣ ବଣ୍ଟନ ମନ୍ତ୍ରଣାଳୟ ଅଧୀନ ଉପଭୋକ୍ତା ବ୍ୟାପାର ବିଭାଗ ପକ୍ଷରୁ ଜାତୀୟ କୃଷି ସମବାୟ ବିପଣନ ମହାସଂଘ (ନାଫେଡ୍‍) ଓ ଜାତୀୟ ସମବାୟ ଉପଭୋକ୍ତା ମହାସଂଘ (ଏନ୍‍ସିସିଏଫ୍‍)କୁ ନିର୍ଦ୍ଦେଶ ଦିଆଯାଇଛି । ଷ୍ଟକ୍‍ ସୀମା ଆଦେଶ ଉଲ୍ଲଙ୍ଘନ କରୁଥିବା ସଂସ୍ଥା ଓ ବ୍ୟକ୍ତି ବିଶେଷ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ ଲାଗି ରାଜ୍ୟ ସରକାରମାନେ ନିଜ ନିଜ ରାଜ୍ୟରେ ନିରନ୍ତର ଭାବେ ମୂଲ୍ୟ ଅନୁଧ୍ୟାନ କରୁଛନ୍ତି ।

ତେବେ ଜମାଖୋରୀ ଏବଂ ବେଆଇନ ମହଜୁଦକୁ ରୋକିବା ତଥା ଉପଭୋକ୍ତାଙ୍କ ପାଇଁ ଯଥେଷ୍ଟ ଡାଲି ଉପଲବ୍ଧତାରେ ସୁଧାର ଆଣିବା ଲାଗି ୨ ଜୁନ୍‌ ୨୦୨୩ରେ କେନ୍ଦ୍ର ସରକାର ଅତ୍ୟାବଶ୍ୟକ ସାମଗ୍ରୀ ଆଇନ ୧୯୯୫ କୁ ଲାଗୁ କରି ସରକାର ହରଡ଼ ଓ ବିରି ଡାଲିର ଷ୍ଟକ୍‌ ସୀମା ନିର୍ଦ୍ଧାରଣ କରିଥିଲେ। ଏହି ଆଦେଶ ଅନୁଯାୟୀ, ୩୧ ଅକ୍ଟୋବର ୨୦୨୩ ପର୍ଯ୍ୟନ୍ତ ସବୁ ରାଜ୍ୟ ଓ କେନ୍ଦ୍ର ଶାସିତ ପ୍ରଦେଶ ପାଇଁ ଷ୍ଟକ୍‌ ସୀମା ନିର୍ଦ୍ଧାରଣ କରାଯାଇଛି।

ପ୍ରତ୍ୟେକ ଡାଲି ଉପରେ ଷ୍ଟକ୍‌ ସୀମା ଲାଗୁ ହେବ। ପାଇକାରୀ ବ୍ୟବସାୟୀଙ୍କ କ୍ଷେତ୍ରରେ ଷ୍ଟକ୍‌ ସୀମା ୨୦୦ ମେଟ୍ରିକ ଟନ୍‌, ଖୁଚୁରା ବ୍ୟବସାୟୀଙ୍କ ପାଇଁ ୫ ମେଟ୍ରିକ ଟନ୍‌, ପ୍ରତ୍ୟେକ ଖୁଚୁରା ବିକ୍ରୟ କେନ୍ଦ୍ରରେ ୫ ମେଟ୍ରିକ ଟନ୍‌ ଏବଂ ବଡ଼ ଶୃଙ୍ଖଳାର ଖୁଚୁରା ବିକ୍ରୟ କେନ୍ଦ୍ରର ଡିପୋରେ ୨୦୦ ମେଟ୍ରିକ ଟନ୍‌ ଷ୍ଟକ୍‌ ସୀମା ନିର୍ଦ୍ଧାରଣ କରାଯାଇଛି। ସେହିପରି ମିଲରଙ୍କ କ୍ଷେତ୍ରରେ ଶେଷ ତିନି ମାସର ଉତ୍ପାଦନ କିମ୍ବା ବାର୍ଷିକ ଉତ୍ପାଦନ କ୍ଷମତାର ୨୫% ଷ୍ଟକ୍‌ ସୀମା ନିର୍ଦ୍ଧାରଣ କରାଯାଇଛି। ବିଭାଗର ପୋର୍ଟାଲ (https://fcainfoweb.nic.in/psp)ରେ ଷ୍ଟକ୍‌ ସ୍ଥିତି ସମ୍ପର୍କରେ ସୂଚନା ଦେବା ପାଇଁ ଏସବୁ ସଂସ୍ଥାମାନଙ୍କ ପାଇଁ ବାଧ୍ୟତାମୂଳକ କରାଯାଇଛି।

Get real time updates directly on you device, subscribe now.