fbpx
BJD SKY
BJD SKY

୧୪ଟି ଜିଲ୍ଲା ସାବଧାନ ! କାଳବୈଶାଖୀ ଝଡ଼ବର୍ଷାର ସମ୍ଭାବନା ଥିବା ପାଣିପାଗ ବିଭାଗର ସୂଚନା

BJD

ଭୁବନେଶ୍ୱର: ରାଜ୍ୟର ୧୪ଟି ଜିଲ୍ଲାରେ ଆଜି କାଳବୈଶାଖୀ ଝଡ଼ବର୍ଷାର ସମ୍ଭାବନା ରହିଛି ବୋଲି ଭୁବନେଶ୍ୱର ସ୍ଥିତ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି । ଆଜିଠାରୁ ଦୁଇତିନି ଦିନ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଅଞ୍ଚଳରେ ପବନ ସହ ବର୍ଷା ହୋଇପାରେ । ବାଲେଶ୍ୱର, କେନ୍ଦୁଝର, ମୟୂରଭଞ୍ଜ, ଭଦ୍ରକ, ଯାଜପୁର, ସୁନ୍ଦରଗଡ଼, ସମ୍ବଲପୁର, ଦେବଗଡ଼, ଝାରସୁଗୁଡ଼ା, ଅନୁଗୁଳ, ଢେଙ୍କାନାଳ, ମାଲକାନଗିରି, କୋରାପୁଟ ଏବଂ ରାୟଗଡ଼ାରେ ଆଜି କାଳବୈଶାଖୀ ଜନିତ ବର୍ଷାର ସମ୍ଭାବନା ନେଇ ପାଣିପାଗ କେନ୍ଦ୍ର ସତର୍କ ସୂଚନା ଜାରି କରିଛି ।

ତେବେ ରାଜ୍ୟରେ ୩ ରୁ ୪ ଦିନ ପରେ ରାଜ୍ୟରେ ବଢ଼ିଯିବ ଦିନର ତାପମାତ୍ରା । ଦିନର ତାପମାତ୍ରା ୨ରୁ ୩ ଡିଗ୍ରୀ ବଢ଼ିବା ନେଇ ଆକଳନ କରାଯାଉଛି । ତେବେ ଦିନରେ ଖରା ଗରମ ଅନୁଭୂତ ହେଲେ ବି ଅପରାହ୍ନରେ ବର୍ଷା ସାଙ୍ଗକୁ ଝଡ ପବନ ପାଣିପାଗର ମିଜାଜ୍ ବଦଳାଇ ଦେଉଛି । ଆସନ୍ତା ୧୦ ତାରିଖ ଯାଏଁ ଏଭଳି ସ୍ଥିତି ଲାଗି ରହିବ ବୋଲି ପାଣିପାଗ ବିଜ୍ଞାନ କେନ୍ଦ୍ର କହିଛି । ବିଜୁଳି ଘଡ଼ଘଡ଼ି ସହ ୪୦ରୁ ୫୦ କିମି ବେଗରେ ପବନ ବହିବା ନେଇ ପାଣିପାଗ ବିଭାଗର ଆକଳନ କରିଛି ।

ସୁନ୍ଦରଗଡ଼, କେନ୍ଦୁଝର, ଦେବଗଡ଼, ଅନୁଗୁଳ, ବୌଦ୍ଧ, କନ୍ଧମାଳ ଓ ମୟୂରଭଞ୍ଜ ଜିଲ୍ଲାର କେତେକ ଅଞ୍ଚଳରେ ଘଣ୍ଟାପ୍ରତି ୪୦ରୁ ୫୦ କିମି ବେଗରେ ପବନ ବହିବା ସହ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ହେବ । ସେହିଭଳି ନୂଆପଡ଼ା, ବଲାଙ୍ଗୀର, ଝାରସୁଗୁଡ଼ା, ସମ୍ବଲପୁର, ସୋନପୁର, ବରଗଡ଼, ଢେଙ୍କାନାଳ, ବାଲେଶ୍ବର, ଯାଜପୁର ଓ ଭଦ୍ରକ ଆଦି ଜିଲ୍ଲାର କିଛି କିଛି ସ୍ଥାନରେ ଝଡ଼ବର୍ଷା ହୋଇପାରେ ।

Get real time updates directly on you device, subscribe now.