fbpx

ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା; ଜିଲ୍ଲାପାଳଙ୍କୁ ଚିଠି ଲେଖିଲେ ଏସଆରସି

ଭୁବନେଶ୍ୱର: ୩ ଓ ୪ ତାରିଖରେ ରାଜ୍ୟରେ କେତେକ ସ୍ଥାନରେ ବର୍ଷା ଆଶଙ୍କା । ବର୍ଷାଠାରୁ ଫସଲ ସୁରକ୍ଷିତ ରଖିବା ପାଇଁ ପରାମର୍ଶ । ବର୍ଷା ପୂର୍ବରୁ ଫସଲ ଆଣି ସୁରକ୍ଷିତ ସ୍ଥାନରେ ଘୋଡ଼ାଇ ରଖବାକୁ ପରାମର୍ଶ । ସ୍ଥିତିର ମୁକାବିଲା ପାଇଁ ପ୍ରସ୍ତୁତ ରହିବାକୁ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ । ବର୍ଷା ନେଇ ସତର୍କ କରାଇଲେ ଏସଆରସି । ଉପକୂଳ ଓ ଉତ୍ତର-ଉପକୂଳ ଓଡ଼ିଶାରେ ବର୍ଷା ସମ୍ଭାବନା । ୫ ଜିଲ୍ଲାରେ ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା । କୋରାପୁଟ, ମାଲକାନଗିରି, ରୟଗଡ଼ା, କନ୍ଧମାଳ, ଢ଼େଙ୍କାନାଳ । ଗଜପତି, ଗଞ୍ଜାମ, ପୁରୀର କେତେକ ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ।

ସୂଚନାଯୋଗ୍ୟ, ଦକ୍ଷିଣ ଆଣ୍ଡାମାନ ସାଗରରେ ଆସନ୍ତା ୨୯ତାରିଖରେ ସୃଷ୍ଟି ହେବାକୁ ଥିବା ଲଘୁଚାପ ଅଧିକ ଘନୀଭୂତ ହୋଇ ବଙ୍ଗୋପସାଗରରେ ବାତ୍ୟାର ରୂପ ନେବାର ଆଶଙ୍କା ରହିଛି । ଡିସେମ୍ବର ୩ ତାରିଖ ସୁଦ୍ଧା ଏହା ଭୀଷଣ ବାତ୍ୟାର ରୂପ ନେଇ ଓଡ଼ିଶା ଓ ପଶ୍ଚିମବଙ୍ଗ ସମେତ ବାଂଲାଦେଶରେ କ୍ଷୟକ୍ଷତି କରିପାରେ ବୋଲି ପାଣିପାଗ ବିଭାଗ ପକ୍ଷରୁ ଆଶଙ୍କା କରାଯାଇଛି ।

ଭାରତୀୟ ପାଣିପାଗ ବିଭାଗ (ଆଇଏମ୍ଡି)ର ପୂର୍ବାନୁମାନ ଅନୁସାରେ ଡିସେମ୍ବର ୩ ତାରିଖ ବେଳକୁ ଏହା ଅଧିକ ଘନୀଭୂତ ହେବ । ଏହାପରେ ୨୪ରୁ ୪୮ଘଣ୍ଟା ମଧ୍ୟରେ ଭୀଷଣ ବାତ୍ୟାର ରୂପ ନେବାର ଆଶଙ୍କା ରହିଛି । ବାତ୍ୟା ପ୍ରଭାବରେ ଡିସେମ୍ବର ୩ ତାରିଖରୁ ଓଡ଼ିଶାରେ ବର୍ଷା ଆରମ୍ଭ ହୋଇଯିବ ଓ ୪ ତାରିଖ ବେଳକୁ ଭୁବନେଶ୍ୱର ଓ କଟକରେ ମଧ୍ୟମରୁ ପ୍ରବଳ ବର୍ଷା ଆରମ୍ଭ ହେବାର ସମ୍ଭାବନା ରହିଛି । ଡିସେମ୍ବର ୫ରେ ପୂରା ରାଜ୍ୟରେ ମଧ୍ୟମରୁ ପ୍ରବଳ ବର୍ଷାର ସମ୍ଭାବନା ରହିଛି । ଡିସେମ୍ବର ୬ରେ ସମ୍ବଲପୁର, ଦେବଗଡ଼, ଅନୁଗୋଳ ଓ ଢେଙ୍କାନାଳ ଜିଲ୍ଲାରେ ପ୍ରବଳ ବର୍ଷାର ଆଶଙ୍କା ରହିଛି । ଉପକୂଳ ଜିଲ୍ଲାରେ ଡିସେମ୍ବର ୪-୬ରୁ ମଧ୍ୟରେ ବର୍ଷା ସହ ଘଣ୍ଟାପ୍ରତି ୪୦ରୁ ୫୦ କିମି ବେଗରେ ପବନ ବହିପାରେ ।

Get real time updates directly on you device, subscribe now.