fbpx
BJD SKY
BJD SKY

କାଳବୈଶାଖୀ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ସମ୍ଭାବନା; ୧୯ଜିଲ୍ଲାକୁ ସତର୍କତା ଜାରି

BJD

ଭୁବନେଶ୍ୱର: କାଳବୈଶାଖୀର ପ୍ରଭାବରେ ରାଜ୍ୟରେ ଆସନ୍ତା ୪ ଦିନ ପର୍ଯ୍ୟନ୍ତ ଘଡ଼ଘଡ଼ି, ବଜ୍ରପାତ ସହ ବର୍ଷା ଓ ପବନ ତଥା କୁଆପଥର ବୃଷ୍ଟି ହେବାର ସମ୍ଭାବନା ରହିଛି । ଏଥିପାଇଁ ଭୁବନେଶ୍ୱର ପାଣିପାଗ ବିଭାଗ ପକ୍ଷରୁ ୧୯ଟି ଜିଲ୍ଳାକୁ ସତର୍କ ସୂଚନା ଜାରି କରାଯାଇଛି । ଏହିସବୁ ଜିଲ୍ଲାଗୁଡ଼ିକ ହେଲା ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, କଟକ, ଜଗତ୍‍ସିଂହପୁର, ଅନୁଗୁଳ, ଢ଼େଙ୍କାନାଳ, ମୟୂରଭଞ୍ଜ,  କେନ୍ଦୁଝର, କଳାହାଣ୍ଡି, କନ୍ଧମାଳ, ଖୋର୍ଦ୍ଧା, ପୁରୀ, ଗଞ୍ଜାମ, ବୌଦ୍ଧ, ରାୟଗଡା, ନୟାଗଡ ଏବଂ ଗଜପତି ।

ଏହି ସମୟରେ କେତେକ ସ୍ଥାନରେ ଘଣ୍ଟାପ୍ରତି ପବନର ବେଗ ୪୦ରୁ ୫୦ କିଲୋମିଟର ରହିବ ବୋଲି ବିଭାଗ ସୂଚନା ଦେଇଛି । କଟକ, ଯାଜପୁର ଓ ଢ଼େଙ୍କାନାଳ ଜିଲ୍ଲାର କିଛି ଅଞ୍ଚଳରେ କୁଆପଥର ବୃଷ୍ଟିର ସମ୍ଭାବନା ଥିବା ପାଣିପାଗ ବିଭାଗ ପୂର୍ବାନୁମାନ କରିଛି ।

Get real time updates directly on you device, subscribe now.