fbpx
BSKY
BJD MC SKY
BJD YOUTH SKY

ଆସନ୍ତା ୫ଦିନ ପର୍ଯ୍ୟନ୍ତ ରାଜ୍ୟରେ ବର୍ଷା ସମ୍ଭାବନା : ୬ ଜିଲ୍ଲାକୁ ୱାର୍ଣ୍ଣିଙ୍ଗ

ଭୁବନେଶ୍ୱର : ଆସନ୍ତା ୫ ଦିନ ପର୍ଯ୍ୟନ୍ତ ରାଜ୍ୟରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଛି । ମୌସୁମିକର ନିମ୍ନ ଚାପରେଖା ସକ୍ରିୟ ରହିଥିବା ବେଳେ ବିହାର ଏବଂ ତାହାର ପାଖାପାଖି ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି । ଏହାର ପ୍ରଭାବରେ ଉତ୍ତର ଏବଂ ଉପକୂଳ ଓଡ଼ିଶାର ୬ଟି ଜିଲ୍ଲାକୁ ସତର୍କ ସୂଚନା ଦିଆଯାଇଛି ।

ବର୍ଷାର ପରିମାଣ ଆସନ୍ତା ୮ ତାରିଖରେ ସାମାନ୍ୟ ବୃଦ୍ଧି ପାଇବ । ଏହାର ପ୍ରଭାବରେ କିଛି କିଛି ସ୍ଥାନରେ ବଜ୍ରପାତ ହେବାର ସମ୍ଭାବନା ମଧ୍ୟ ରହିଛି । ଏନେଇ ପୁରୀ, ଖୋର୍ଦ୍ଧା, ଢେଙ୍କାନାଳ, କେନ୍ଦୁଝର, ମୟୁରଭଞ୍ଜ, ଜଗତସିଂହ ପୁର, କେନ୍ଦ୍ରାପଡା, କଟକ, ଯାଜପୁର ଏବଂ ଭଦ୍ରକ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଙ୍ଗ ଜାରି କରାଯାଇଛି । ୧୦ ତାରିଖରୁ ପୁଣି ରାଜ୍ୟରେ ବର୍ଷାର ପରିମାଣ ଏବଂ ବିସ୍ତୃତି ବଢିବ ବୋଲି ପୂର୍ବାନୁମାନ କରିଛି ପାଣିପାଗ କେନ୍ଦ୍ର ।

ଅନ୍ୟପଟେ ଆଜି ପର୍ଯ୍ୟନ୍ତ ବର୍ଷାର ପରିମାଣ ୬୩୯.୪ ମିଲିମିଟର ରେକର୍ଡ କରାଯାଇଛି, ଯାହା ସ୍ୱଭାବିକ ବର୍ଷାରୁ ୨ ପ୍ରତିଶତ ଅଧିକ ଅଟେ । ପୁରୀ, କେନ୍ଦ୍ରାପଡା, ଗଞ୍ଜାମ, କଳାହାଣ୍ଡି ଏବଂ ନବରଙ୍ଗପୁରରେ ୨୦ ରୁ ୫୯ ପ୍ରତିଶତ ନିଅଣ୍ଟିଆ ବର୍ଷା ରେକର୍ଡ ହୋଇଥିବା ବେଳେ ୧୭ ଟି ଜିଲ୍ଲାରେ ସ୍ୱଭାବିକ ବର୍ଷା ରେକର୍ଡ ହୋଇଛି ।

Get real time updates directly on you device, subscribe now.