fbpx

ଆସନ୍ତା ୨୪ ଘଣ୍ଟା ମଧ୍ୟରେ ୫ଟି ଜିଲ୍ଲାରେ ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା; ୟେଲ୍ଲୋ ୱାର୍ଣ୍ଣିଂ ଜାରି

ଭୁବନେଶ୍ୱର: ଭୂମଧ୍ୟ ସାଗରୀୟ ଜଳବାୟୁ ପରିବର୍ତ୍ତନର ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଜାରି ରହିଛି । ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ରର ସୂଚନା ଅନୁଯାୟୀ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ମୟୁରଭଞ୍ଜ, ବାଲେଶ୍ୱର, ଗଜପତି, ଗଞ୍ଜାମ ଓ ଭଦ୍ରକ ଜିଲ୍ଲାର କେତେକ ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା ଥିବାରୁ ସେହି ଜିଲ୍ଲାଗୁଡ଼ିକୁ ୟେଲ୍ଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

ଅପରପକ୍ଷରେ ଆସନ୍ତା ୨୬ ତାରିଖରେ ଏହାର ପ୍ରଭାବ ପୁଣି ଦେଖିବାକୁ ମିଳିବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । ଏହାର ପ୍ରଭାବରେ ଦୁଇ ଦିନ ଝଡ଼ ବର୍ଷା ସମ୍ଭାବନା ରହିଛି । ଏଥିଲାଗି ୧୭ଟି ଜିଲ୍ଲାକୁ ୟେଲ୍ଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ସେହି ଜିଲ୍ଲାଗୁଡ଼ିକ ହେଉଛି ମାଲକାନଗିରି, କୋରାପୁଟ, ରାୟଗଡା, ନବରଙ୍ଗପୁର, ନୂଆପଡା, କଳାହାଣ୍ଡି, କନ୍ଧମା, ଗଜପତି, ଗଂଜାମ, ବୌଦ୍ଧ, ଅନୁଗୁଳ, ଢେଙ୍କାନାଳ, ଯାଜପୁର, କେନ୍ଦୁଝର, ମୟୁରଭଞ୍ଜ, ବାଲେଶ୍ୱର ଓ ଭଦ୍ରକ ।

Get real time updates directly on you device, subscribe now.