fbpx
BJD
BJD SKY
BJD SKY

Video: ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଘଡଘଡ଼ି ସହ ବର୍ଷା ସମ୍ଭାବନା:୨୦ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

BJD

ଭୁବନେଶ୍ୱର: ରାଜ୍ୟରେ କାଳବୈଶାଖୀର ପ୍ରଭାବ ଜାରି ରହିଛି । ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ସୂଚନା ଅନୁସାରେ ଆସନ୍ତା ୫ ଦିନ ମଧ୍ୟରେ ପାଣିପାଗରେ ବିଶେଷ ପରିବର୍ତ୍ତନ ହେବାରେ ସମ୍ଭାବନା ନାହିଁ । ଆସନ୍ତା ୨୪ଘଣ୍ଟା ମଧ୍ୟରେ ଘଡ଼ଘଡ଼ି ସହ ବର୍ଷା ହେବା ନେଇ ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ଗଜପତି, ରାୟଗଡା, ଗଞ୍ଜାମ, କନ୍ଧମାଳ, ପୁରୀ, ଖୋର୍ଦ୍ଧା, ନୟାଗଡ, କଟକ, ଜଗତ୍‍ସିଂହପୁର, ଅନୁଗୁଳ, କେନ୍ଦ୍ରାପଡା, ଯାଜପୁର, ଢ଼େଙ୍କାନାଳ, ଭଦ୍ରକ, ବାଲେଶ୍ୱର, ମୟୂରଭଞ୍ଜ ଓ କେନ୍ଦୁଝର ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

ତେବେ ହିମାଳୟଠାରୁ ପଶ୍ଚିମବଙ୍ଗ, ସିକିମ ଓ ଆଭ୍ୟନ୍ତରୀଣ ଓଡ଼ିଶା ଦେଇ ଗାଙ୍ଗେୟ ଉପତ୍ୟାତା ପର୍ଯ୍ୟନ୍ତ ଲମ୍ବିଥିବା ଟ୍ରାପଲାଇନ ପ୍ରଭାବରେ କାଳବୌଶାଖୀ ବର୍ଷା ହେଉଥିବାର ସୂଚନା ଦିଆଯାଇଛି । ୨ରୁ ୩ ଦିନ ମଧ୍ୟରେ ଆଭ୍ୟନ୍ତରୀଣ ଓଡ଼ିଶାର କିଛି ଜିଲ୍ଲାରେ ୨ରୁ ୩ ଡିଗ୍ରୀ ତାପମାତ୍ରା ବୃଦ୍ଧି ନେଇ ମଧ୍ୟ ସୂଚନା ଦିଆଯାଇଛି । ତେବେ ବିଭାଗ ପକ୍ଷରୁ ସ୍ପଷ୍ଟ କରାଯାଇଛି ଯେ କାଳବୈଶାଖୀ ବର୍ଷା ଲାଗି ରହିଲେ ବି ତାତି ଓ ଗୁଳୁଗୁଳି ଜାରି ରହିବ ।

Get real time updates directly on you device, subscribe now.