fbpx

ପିସିସି ସଭାପତି ପରିବର୍ତ୍ତନ ପ୍ରସଙ୍ଗରେ କ’ଣ କହିଲେ ଚେଲା କୁମାର, ଜାଣନ୍ତୁ

AAKASH

ଭୁବନେଶ୍ୱର(ଓଡ଼ିଶା ଭାସ୍କର): ପିସିସି ସଭାପତି ପରିବର୍ତ୍ତନ ନେଇ ଜୋର ଧରିଛି ରାଜନୀତି । ଏନେଇ କଂଗ୍ରେସ ନତାମାନେ ଭିନ୍ନ ଭିନ୍ନ ପ୍ରତିକ୍ରିୟା ଦେଉଥିବା ବେଳେ ଆଜି ଭୁବନେଶ୍ୱରରେ ପହଞ୍ଚିଛନ୍ତି ପିସିସି ପ୍ରଭାରୀ ଚେଲା କୁମାର । ପିସିସି ସଭାପତି ପରିବର୍ତ୍ତନ ପ୍ରସଙ୍ଗରେ ଚେଲା କୁମାର ନିଜର ପ୍ରତିକ୍ରିୟା ଦେଇଛନ୍ତି ।

ସେ କହିଛନ୍ତି ଯେ, ‘କଂଗ୍ରେସ ବିଧାୟକ ଓ ବରିଷ୍ଠ ନେତାଙ୍କ ସହ ଆଲୋଚନା କରାଯିବ । ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକଙ୍କ ଇସ୍ତଫା ନେଇ ଆଲୋଚନା ହେବ । ଆଲୋଚନା ପରେ କିଛି ନିଷ୍ପତ୍ତି ଗ୍ରହଣ କରାଯିବ । ୨୦୧୯ରୁ ନିରଞ୍ଜନ ଇସ୍ତଫା ଦେଇଥିଲେ ବି ଏଯାବତ୍ ଗ୍ରହଣ କରାଯାଇନି । ଆଜିର ଆଲୋଚନା ପରେ ହାଇକମାଣ୍ଡଙ୍କୁ ସବିଶେଷ ତଥ୍ୟ ଦିଆଯିବ ।’ ତେବେ ସୋନିଆ ଗାନ୍ଧୀ ଚୂଡ଼ାନ୍ତ ନିଷ୍ପତ୍ତି ନେବେ ବୋଲି କହିଛନ୍ତି ଚେଲା କୁମାର ।

ଅନ୍ୟପଟେ ପିସିସି ସଭାପତି ପରିବର୍ତ୍ତନ ନେଇ କଂଗ୍ରେସ ବିଧାୟକ ତାରା ପ୍ରସାଦ ବାହୀନିପତି କହିଛନ୍ତି ଯେ, ‘ପିସିସି ପରିବର୍ତ୍ତନ ସୁନିଶ୍ଚିତ। ବିଧାୟକମାନଙ୍କ ଭିତରୁ ଜଣଙ୍କୁ କାହାକୁ କରିବାକୁ ଆମେ ଦାବି କରୁଛୁ। ଯଦି ବିଧାୟକମାନଙ୍କ ଭିତରୁ କାହାକୁ ପିସିସି ସଭାପତି କରା ନଯାଏ ତେବେ ଆମେ ଅସନ୍ତୋଷ ପ୍ରକାଶ କରିବୁ। ଜଣେ ବିଧାୟକ ପିସିସି ସଭାପତି ହେଲେ ତାଙ୍କ ସହ ନଅ ବିଧାୟକ ବୁଲିବେ ଓ ଦଳ ଦମ୍ ଦେଖାଇ ପାରିବ। ମୋତେ ଯଦି କାର୍ଯ୍ୟକାରୀ ସଭାପତି ପଦ ଦିଆଯାଏ ମୁଁ ତାକୁ ଗ୍ରହଣ କରିବି ନାହିଁ। ବିଧାୟକମାନଙ୍କ ସହ ଆଲୋଚନା କରି କଣ କରାଯିବ ସେ ନିଷ୍ପତ୍ତି ନେବୁ।’

Get real time updates directly on you device, subscribe now.