fbpx

କେନ୍ଦୁଝର ଗସ୍ତରେ ମୁଖ୍ୟ ଶାସନ ସଚିବ

କେନ୍ଦୁଝର,୨୮ ।୨(ଓଡିଶା ଭାସ୍କର): ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ର ଆଜି କେନ୍ଦୁଝର ଗସ୍ତ କରିଛନ୍ତି । ୨ ଦିନିଆ କେନ୍ଦୂଝର ଗସ୍ତରେ ଯାଇଛନ୍ତି ମୁଖ୍ୟ ଶାସନ ସଚିବ । ଜିଲ୍ଲାପାଳ ଏବଂ ଜିଲ୍ଲାସ୍ତରୀୟ ଅଧିକାରୀଙ୍କ ସହ ବିଭିନ୍ନ ଉନ୍ନତିମୂଳକ କାର୍ଯ୍ୟର ସମୀକ୍ଷା କରିଛନ୍ତି । ଏହା ସହ ଜଳସେଚନ ପ୍ରକଳ୍ପ, ସଡ଼କ ନିର୍ମାଣ ଆଦି କାର୍ଯ୍ୟର ସମୀକ୍ଷା କରିଛନ୍ତି ମୁଖ୍ୟ ଶାସନ ସଚିବ ।

ପର୍ଯ୍ୟଟନ ବିକାଶ ବା ଇକୋ ଟୁରିଜିମର ଉନ୍ନତି ପାଇଁ ପଦକ୍ଷେପ ନେବାକୁ ମୁଖ୍ୟ ଶାସନ ସଚିବ ପରାମର୍ଶ ଦେଇଛନ୍ତି । ସେହିପରି ଜଙ୍ଗଲ ସଫାରି ଓ ବୋଟିଂ ସୁବିଧା ପାଇଁ ଉପଯୁକ୍ତ ସ୍ଥାନ ଚିହ୍ନଟ ନେଇ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ର ।

Get real time updates directly on you device, subscribe now.