fbpx

‘ଶାନ୍ତିଲତା’ ବସ୍ ଦୁର୍ଘଟଣା: ମୃତକଙ୍କ ପରିବାରକୁ ୨ ଲକ୍ଷର ଅନୁକମ୍ପା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଆଜି ଅପରାହ୍ନ ରେ ବାଲେଶ୍ବର ର ସୋରୋ ଠାରେ ବସ୍ ଦୁର୍ଘଟଣାରେ 6 ଜଣ ପ୍ରାଣ ହରାଇଥିବା ଖବର ପାଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ପ୍ରକାଶ କରିଛନ୍ତି ।

ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ଗଭୀର ସମବେଦନା ଜଣାଇବା ସହ ମୃତକଙ୍କ ନିକଟତମ ଆତ୍ମୀୟଙ୍କ ପାଇଁ ମୁଖ୍ୟମନ୍ତ୍ରୀ ଦୁଇ ଲକ୍ଷ ଟଙ୍କାର ଅନୁକମ୍ପାମୂଳକ ସହାୟତା ଘୋଷଣା କରିଛନ୍ତି ।

ଏତଦବ୍ୟତୀତ ଏହି ଦୁର୍ଘଟଣାରେ ଗୁରୁତର ଆହତ ହୋଇ ଚିକିତ୍ସିତ ହେଉଥିବା ଅନ୍ୟ ଵ୍ୟକ୍ତି ମାନଙ୍କୁ ଉତ୍ତମ ଚିକିତ୍ସା ଯୋଗାଇ ଦେବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି ଏବଂ ସୋମାନଙ୍କ ଆଶୁ ଆରୋଗ୍ୟ କାମନା କରିଛନ୍ତି ।

ସୂଚନାଯୋଗ୍ୟ ଯେ ବସ୍ ଟି ଉଦଳାରୁ ଭୁବନେଶ୍ୱର ଆସୁଥିବା ବେଳେ ସୋରୋ ଠାରେ ଦୁର୍ଘଟଣା ଗ୍ରସ୍ତ ହୋଇଥିଲା ।

Get real time updates directly on you device, subscribe now.