fbpx
BSKY
BJD YOUTH SKY
BJD MS SKY

Big Breaking: ୪୨୯ଟି ରାସ୍ତା ପ୍ରକଳ୍ପର ଅନୁମୋଦନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ଦ୍ୱାରା ଜନଅଭିଯୋଗର ଶୁଣାଣି ହୋଇଛି । ୪୨୯ଟି ରାସ୍ତା ପ୍ରକଳ୍ପ ପାଇଁ ଅନୁମୋଦନ କରିଛନ୍ତି ମୁଖ୍ୟମନ୍ତ୍ରୀ । ରାଜ୍ୟରେ ଯାତାୟତ ସୁବିଧା ପାଇଁ ମୁଖ୍ୟମନ୍ତ୍ରୀ ଅନେକ ରାସ୍ତା ପ୍ରକଳ୍ପକୁ ଅନୁମୋଦନ କରି କାର୍ଯ୍ୟକାରୀ କରିଛନ୍ତି । ଭୁବନେଶ୍ୱର, ବାଲିଅନ୍ତା, ଜଟଣୀରେ ରାସ୍ତା ପାଇଁ ରାଜ୍ୟ ସରକାର ଶ୍ରୀଯୁକ୍ତ ନବୀନ ପଟ୍ଟନାୟକ ଅନୁମୋଦନ କରିଛନ୍ତି । ଏଥିସହ ଆବାସିକ କଲୋନୀମାନଙ୍କରେ ରାସ୍ତା ପାଇଁ ଅନୁମୋଦନ ହୋଇଛି । ଏହି ପ୍ରକଳ୍ପ ପାଇଁ ଖର୍ଚ୍ଚ ହେବ ମୋଟ୍ ୩୯ କୋଟି ୨୫ ଲକ୍ଷ ଟଙ୍କା ।

୪୨୯ଟି ରାସ୍ତା ପ୍ରକଳ୍ପ ମଧ୍ୟରେ ଭୁବନେଶ୍ୱର ବ୍ଲକରେ ୧୪୦ଟି, ଜଟଣୀ ବ୍ଲକରେ ୨୪୬ଟି ଓ ବାଲିଅନ୍ତା ବ୍ଲକର ୪୩ଟି ପ୍ରକଳ୍ପ ରହିଛି। ଏସବୁ ଅଞ୍ଚଳରେ ରାସ୍ତା ନିର୍ମାଣ, ଉନ୍ନତିକରଣ ଓ ବିଦ୍ୟୁତୀକରଣ କାର୍ଯ୍ୟ କରାଯିବ। ଏହି ସବୁ ପ୍ରକଳ୍ପ ମାଧ୍ୟମରେ ୩ ଲକ୍ଷରୁ ଅଧିକ ଜନସାଧାରଣ ଉପକୃତ ହେବେ। ପ୍ରକଳ୍ପ କାର୍ଯ୍ୟ ୩ ମାସ ମଧ୍ୟରେ ସମ୍ପୂର୍ଣ୍ଣ କରିବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି।

Get real time updates directly on you device, subscribe now.