fbpx

ଗଜପତିରେ ବିଜୁସ୍ୱାସ୍ଥ୍ୟ କଲ୍ୟାଣ ସ୍ମାର୍ଟ କାର୍ଡ ବାଣ୍ଟିଲେ ମୁଖ୍ୟମନ୍ତ୍ରୀ

ଗଜପତି(ଓଡ଼ିଶା ଭାସ୍କର): ଗଜପତି ଗସ୍ତରେ ଯାଇ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ସ୍ମାର୍ଟ କାର୍ଡ ବାଣ୍ଟିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଗଜପତିର ୧ ଲକ୍ଷ ୩୭ ହଜାର ପରିବାର ଏହି ସ୍ମାର୍ଟ କାର୍ଡ ଦ୍ୱାରା ଉପକୃତ ହେବେ । ଏହା ସହ ୮୨୦ କୋଟି ଟଙ୍କାର ପ୍ରକଳ୍ପର ଉଦଘାଟନ କରିଛନ୍ତି ମୁଖ୍ୟମନ୍ତ୍ରୀ । ଶିକ୍ଷା, ସ୍ୱାସ୍ଥ୍ୟ, ରାସ୍ତା, ପାଇପ୍ ପାଣି ପ୍ରକଳ୍ପର ଉଦଘାଟନ ହୋଇଛି ।

ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ‘ଗଜପତି ଜିଲ୍ଲା ମୋ ପାଇଁ ସ୍ୱତନ୍ତ୍ର। ମହାରାଜା କୃଷ୍ଣଚନ୍ଦ୍ର ଗଜପତି ମହାରାଜଙ୍କ ଅବଦାନକୁ ଓଡ଼ିଶା କେବେ ଭୁଲିପାରିବେ ନାହିଁ । ଜିଲ୍ଲାରେ BSKY କାର୍ଡ ବାଣ୍ଟି ମୁଁ ଖୁସି ।’

Get real time updates directly on you device, subscribe now.