fbpx

କେନ୍ଦୁଝରବାସୀଙ୍କୁ ସ୍ମାର୍ଟ କାର୍ଡ ବାଣ୍ଟିଲେ ମୁଖ୍ୟମନ୍ତ୍ରୀ

କେନ୍ଦୁଝର(ଓଡ଼ିଶା ଭାସ୍କର): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କେନ୍ଦୁଝରରେ ବିଏସକେୟାଇ ସ୍ମାର୍ଟ ହେଲଥ କାର୍ଡ ବଣ୍ଟନ କରିଛନ୍ତି । ଭିସି ଜରିଆରେ ଏହି ଯୋଜନାର ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ । ଜିଲ୍ଲାର ୪ ଲକ୍ଷ ୧୯ ହଜାର ଲୋକ ପାଇବେ ଏହି ସ୍ମାର୍ଟ ହେଲଥ କାର୍ଡ । ଏହା ସହ ବିଭିନ୍ନ ପ୍ରକଳ୍ପର ଉଦଘାଟନ ସହ ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି ମୁଖ୍ୟମନ୍ତ୍ରୀ ।

ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ‘ରାଜ୍ୟର ସାଢ଼େ ୩ କୋଟି ଲୋକ ଉପକୃତ ହେବେ । ଆଜି ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାକୁ ଆମେ ନୂଆ ରୂପରେ କାର୍ଯ୍ୟକାରୀ କରୁଛୁ । ସେପ୍ଟେମ୍ବର ପହିଲାରୁ ଏହା ଲାଗୁ ହୋଇଛି । ଏହି ନୂଆ ବ୍ୟବସ୍ଥାରେ ଆପଣମାନଙ୍କୁ ହସ୍ପିଟାଲରେ କୌଣସି ଡକ୍ୟୁମେଣ୍ଟ ଦେବାକୁ ଦରକାର ପଡିବ ନାହିଁ । କେବଳ ଏହି ସ୍ମାର୍ଟ ହେଲଥ କାର୍ଡ ନେଇ ହସ୍ପିଟାଲ ଯିବାକୁ ପଡିବ । ଏହି କାର୍ଡରେ ପରିବାର ପାଇଁ ୫ ଲକ୍ଷ ଓ ମା ମାନଙ୍କ ପାଇଁ ୧୦ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଚିକିତ୍ସା ସୁବିଧା ମିଳୁଛି । ଏହି ସୁବିଧା ଦେବାରେ ଓଡ଼ିଶା ଦେଶର ପ୍ରଥମ ରାଜ୍ୟ । ସ୍ୱାସ୍ଥ୍ୟ ଆମ ସମସ୍ତଙ୍କ ପାଇଁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ।’

Get real time updates directly on you device, subscribe now.