fbpx

ମାଲବାହୀ ଟ୍ରେନ ଲାଇନଚ୍ୟୁତ ଘଟଣାରେ ମୁଖ୍ୟମନ୍ତ୍ରୀଙ୍କ ଦୁଃଖ ପ୍ରକାଶ: ମୃତକଙ୍କ ପରିବାରକୁ ଜଣାଇଲେ ସମବେଦନା

ଯାଜପୁର: ମାଲବାହୀ ଟ୍ରେନ ଲାଇନଚ୍ୟୁତ ଖବରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅତ୍ୟନ୍ତ ଦୁଃଖ ପ୍ରକାଶ କରିଛନ୍ତି । ଏଥିସହିତ ପ୍ରାଣ ହରାଇଥିବା ବ୍ୟକ୍ତିଙ୍କ ପରିବାର ପ୍ରତି ସେ ସମବେଦନା ଜଣାଇବା ସହ, ଆହତଙ୍କ ଆଶୁ ଆରୋଗ୍ୟ କାମନା କରିଛନ୍ତି । ଅନ୍ୟପକ୍ଷେ ଏହି ଦୁର୍ଘଟଣାରେ ମୃତ୍ୟୁ ସଂଖ୍ୟା ବୃଦ୍ଧି ପାଉଥିବା ଜଣା ପଡିଛି । ପୁର୍ବରୁ ୩ ଜଣ ଯାତ୍ରୀଙ୍କ ମୃତ୍ୟୁ ହୋଇଥିବା ବେଳେ ବର୍ତ୍ତ ମାନ ଆଉଜଣେ ଯାତ୍ରୀଙ୍କ ମୃତ୍ୟୁ ହୋଇଥିବା ବିଡିଓ ସୂଚନା ଦେଇଛନ୍ତି । ଫଳରେ ଏହି ମୃତ୍ୟୁ ସଂଖ୍ୟା ୪ କୁ ବୃଦ୍ଧି ପାଇଛି ।ଏତତ୍ ବ୍ୟତୀତ ୭ ଜଣ ଆହତଙ୍କୁ ମଧ୍ୟ ହସ୍ପିଟାଲରେ ଭର୍ତ୍ତି କରାଯାଇଛି ।

ଏହି ଭୟଙ୍କଟ ଟ୍ରେନ ଦୁର୍ଘଟଣାକୁ ନେଇ ପୂର୍ବତଟ ରେଳବାଇ ପକ୍ଷରୁ ସୂଚନା ଦିଆଯାଇଛି । ତେବେ ତାଙ୍କ ସୂଚନା ଅନୁଯାୟୀ ଆଜି ସକାଳ ୬ ଟା ୪୪ ମିନିଟରେ ଏକ ମାଲବାହୀ ଟ୍ରେନ ଭଦ୍ରକରୁ କଟକ ଅଭିମୁଖେ ଯାତ୍ରା କରୁଥିଲା । ଏହି ସମୟରେ ଭଦ୍ରକ –କପିଳାସ ରୋଡର କୋରେଇ ଷ୍ଟେସନରେ ଟ୍ରେନଟି ହଠାତ୍ ଲାଇନଚ୍ୟୁତ ହୋଇ ଦୁର୍ଘଟଣା ଗ୍ରସ୍ତ ହୋଇଥିଲା । ଫଳରେ ଟ୍ରେନର ୮ ଟି ବଗି ଯାତ୍ରୀ ବିଶ୍ରାମଗାର ଏବଂ କିକେଟ୍ କାଉଁଟର ଆଡକୁ ମାଡି ଯାଇଥିଲା । ଯେଉଁ କାରଣରୁ ବଗି ତଳେ ଅନେକ ଲୋକ ଚାପି ହୋଇ ରହିଥିବା ବେଳେ ୩ ଜଣଙ୍କ ମୃତ୍ୟୁ ହୋଇଥିଲା ।

ଏହି ଘଟଣାର ଖବର ପାଇ ଅଗ୍ନିଶମ କର୍ମଚାରୀ ଘଟଣା ସ୍ଥଳରେ ପହଞ୍ଚି ଉଦ୍ଧାର କାର୍ଯ୍ୟ ଆରମ୍ଭ କରିଥିଲେ । ବର୍ତ୍ତମାନ ପର୍ଯ୍ୟନ୍ତ ୭ ଜଣ ଆହତଙ୍କୁ ଉଦ୍ଧାର କରାଯାଇ ହସ୍ପିଟାଲ ପଠାଯାଇଥିବା ବେଳେ ସମସ୍ତ ଆହତଙ୍କୁ ଉଦ୍ଧାର କରାଯାଇ ନଥିବା ଜଣା ପଡିଛି । ତେବେ ଏହି ଉଦ୍ଧାର କାର୍ଯ୍ୟ ଯଦି ବିଳମ୍ବ ହୁଏ ତାହାଲେ ଆହୁରୀ ଅଧିକ ଜୀବନ ଯାଇପାରେ ବୋଲି ସେଠାରେ ଥିବା ପ୍ରତ୍ୟେକ୍ଷଦର୍ଶୀ କହିଛନ୍ତି ।

Get real time updates directly on you device, subscribe now.