fbpx
BSKY SKY
BSKY SKY

କଳିଙ୍ଗ ଷ୍ଟାଡିୟମ୍‌ରେ ୮୯ ବହୁମୁଖୀ ଇନ୍‌ଡୋର ଷ୍ଟାଡିୟମର ଭିତ୍ତିପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ

BSKY

ଭୁବନେଶ୍ୱର (ଭାସ୍କର ନ୍ୟୁଜ୍‌): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗୁରୁବାର କଳିଙ୍ଗ ଷ୍ଟାଡିୟମ୍‌ ଠାରେ ନିର୍ମାଣଧୀନ ବିଭିନ୍ନ କ୍ରୀଡା ଭିତିଭୂମି ପ୍ରକଳ୍ପର ଅଗ୍ରଗତି ସମ୍ପର୍କରେ ସମୀକ୍ଷା କରିଥିଲେ । ଏହି ଅବସରରେ ମୁଖ୍ୟମନ୍ତ୍ରୀ ବିଭିନ୍ନ ଜିଲ୍ଲାରେ କ୍ରୀଡ଼ା ପ୍ରକଳ୍ପ ସମୂହର ଉଦ୍‌ଘାଟନ ଓ ଭତିପ୍ରସ୍ତର ସ୍ଥାପନ କରିଛନ୍ତି । ମୁଖ୍ୟମନ୍ତ୍ରୀ ଏହି ଅବସରରେ ୮୯ଟି ବହୁମୁଖୀ ଇନଡୋର ଷ୍ଟାଡିୟମ ପାଇଁ ମୁଖ୍ୟମନ୍ତ୍ରୀ ଭିତିପ୍ରସ୍ତର ସ୍ଥାପନ କରିଛନ୍ତି । ଏହାସହ ରାଉରକେଲାର ବିଜୁ ପଟ୍ଟନାୟକ ଇନଡୋର ଷ୍ଟାଡିୟମର ଶୁଭାରମ୍ଭ ହୋଇଛି । ଅନୁଗୁଳ ସୁଇମିଂ ପୁଲ୍‌, ବାରିପଦା ସୁଇମିଂ ପୁଲ୍‌, କଳିଙ୍ଗ ଷ୍ଟାଡିୟମର ନୂତନ ଛାତ୍ରାବାସ ଓ କଳିଙ୍ଗ ଷ୍ଟାଡିୟମର ବିଜୁ ପଟ୍ଟନାୟକ ଭାରୋତୋଳନ ହଲକୁ ମଧ୍ୟ ମୁଖ୍ୟମନ୍ତ୍ରୀ ଲୋକାର୍ପଣ କରିଛନ୍ତି ।

୮୯ଟି ଇନଡୋର ଷ୍ଟାଡିୟମ ପାଇଁ କ୍ଷେତ୍ର ପ୍ରସ୍ତୁତ ହୋଇଥିବା ବେଳେ ଟେଣ୍ଡର ପ୍ରକ୍ରିୟା ମଧ୍ୟ ଆରମ୍ଭ ହୋଇଛି । ୫୦ଟି କ୍ଷେତ୍ରରେ ଖୁବଶୀଘ୍ର କାମ ଆରମ୍ଭ ହେବ । ସମସ୍ତ ଇନଡୋର ଷ୍ଟାଡିୟମ ୨୦୨୨-୨୩ ସୁଦ୍ଧା କାର୍ଯ୍ୟକ୍ଷମ ହେବ । ଏସବୁ ବହୁମୁଖୀ ଇଣ୍ଡୋର ଷ୍ଟାଡିୟମରେ ବ୍ୟାଡମିଣ୍ଟନ, ଟେବୁଲ ଟେନିସ୍‌, ଭାର ଉତ୍ତୋଳନ ବ୍ୟବସ୍ଥା ରହିବ । ପ୍ରାକୃତିକ ବିପର୍ଯ୍ୟୟ ସମୟରେ ପ୍ରଭାବିତ ଲୋକଙ୍କ ପାଇଁ ସାହାରା ପାଲଟିବ ଏସବୁ ଇନଡୋର ଷ୍ଟାଡିୟମ । ଏହି ସମୟରେ ମୁଖ୍ୟମନ୍ତ୍ରୀଙ୍କ ସହ ୫-ଟି ସଚିବ ଭି.କେ ପାଣ୍ଡିଆନ୍‌, କ୍ରୀଡା ଓ ଯୁବସେବା ମନ୍ତ୍ରୀ ତୁଷାରକାନ୍ତି ବେହେରା, ଉନ୍ନୟନ କମିଶନର ପି.କେ ଜେନା,କ୍ରୀଡା ବିଭାଗ କମିଶନର ଆର ଭିନିଲ୍‌ କ୍ରୀଷ୍ଣା ପ୍ରମୁଖ ଉପସ୍ଥିତ ଥିଲେ ।

Get real time updates directly on you device, subscribe now.