ଭୁବନେଶ୍ୱର: ସରକାରୀ କର୍ମଚାରୀଙ୍କ ପାଇଁ ଖୁସି ଖବର। ଅନୁକମ୍ପାମୂଳକ ସହାୟତା ରାଶିର ପରିମାଣରେ ବୃଦ୍ଧି କରାଯାଇଛି । ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଏହି ପ୍ରସ୍ତାବକୁ ଅନୁମୋଦନ କରିଛନ୍ତି।ସୂଚନା ଅନୁଯାୟୀ, କର୍ମ କ୍ଷେତ୍ରରେ ଯଦି କର୍ମଚାରୀ ମାନଙ୍କ ମୃତ୍ୟୁ ଘଟେ ତେବେ ସେମାନଙ୍କୁ ୧୦ ଲକ୍ଷ ଟଙ୍କା ମିଳିବ।
ଏହି ସହାୟତା ରାଶିର ପରିମାଣକୁ ବର୍ତ୍ତମାନ ୪ ଲକ୍ଷ ଟଙ୍କାରୁ ୧୦ ଲକ୍ଷ ଟଙ୍କାକୁ ବୃଦ୍ଧି କରାଯାଇଛି । ସେହିପରି ଆଘାତ ଯୋଗୁ ସ୍ଥାୟୀ ଅକ୍ଷମତା କ୍ଷେତ୍ରରେ ସହାୟତା ରାଶିର ପରିମାଣ ୨ ଲକ୍ଷରୁ ୫ ଲକ୍ଷ ଟଙ୍କାକୁ ଏବଂ ଆଂଶିକ ଅକ୍ଷମତା କ୍ଷେତ୍ରରେ ସହାୟତା ରାଶିର ପରିମାଣ ୧ ଲକ୍ଷ ଟଙ୍କାରୁ ୨ ଲକ୍ଷ ଟଙ୍କାକୁ ବୃଦ୍ଧି କରାଯାଇଛି ।
ଏହା ପୂର୍ବରୁ, ମନୁଷ୍ୟ-ବନ୍ୟପ୍ରାଣୀ ସଂଘର୍ଷରେ ମୃତାହତ ବ୍ୟକ୍ତିଙ୍କ ପାଇଁ ଅନୁକମ୍ପା ରାଶି ୪ ଲକ୍ଷରୁ ୬ ଲକ୍ଷକୁ ବୃଦ୍ଧି କରାଯାଇଛି। ସେହିପରି ଏଥିରେ ଗୁରୁତର ଆହତ ଅର୍ଥାତ ସ୍ଥାୟୀ ଆହତଙ୍କ କ୍ଷେତ୍ରରେ ମଧ୍ୟ ସହାୟତା ପରିମାଣ ବୃଦ୍ଧି କରାଯାଇଛି । ୬୦ ପ୍ରତିଶତରୁ କମ୍ ଅକ୍ଷମତା କ୍ଷେତ୍ରରେ ସହାୟତା ପରିମାଣ ୧ ଲକ୍ଷ ଟଙ୍କାରୁ ୧.୫୦ ଲକ୍ଷ ଟଙ୍କା ଏବଂ ୬୦ ପ୍ରତିଶତରୁ ଅଧିକ ଅକ୍ଷମତା କ୍ଷେତ୍ରରେ ସହାୟତା ପରିମାଣ ୨.୫୦ ଲକ୍ଷ ଟଙ୍କାକୁ ବୃଦ୍ଧି ପାଇଛି । ସେହିପରି ସାମାନ୍ୟ ଆହତଙ୍କ କ୍ଷେତ୍ରରେ ପୂର୍ବରୁ ସହାୟତା ପରିମାଣ ୫ ହଜାର ଟଙ୍କା ଥିଲା।