ଭୁବନେଶ୍ୱର: ଆଜି ଉତ୍କଳ ଦିବସ। ସାରା ରାଜ୍ୟ ପାଳୁଛି ଓଡ଼ିଶା ଦିବସ। ଏହାରି ମଧ୍ୟରେ ବର୍ତ୍ତମାନ ରାଜ୍ୟ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ‘ଓଡ଼ିଶା ଦିବସ’ର ଶୁଭେଚ୍ଛା ଜଣାଇଛନ୍ତି। ସେ ସୋସିଆଲ ମିଡିଆ ପ୍ଲାଟଫର୍ମ ‘ଏକ୍ସ’ରେ ଏକ ପୋଷ୍ଟ ସେୟାର କରି ଶୁଭେଚ୍ଛା ଜଣାଇଛନ୍ତି।
ସେ ଏହି ପୋଷ୍ଟରେ ଲେଖିଛନ୍ତି, “ଆମ, ଭାଷା, ସାହିତ୍ୟ ଓ ସଂସ୍କୃତିର ଗୌରବ ବଢାଇଥିବା ମହାପୁରୁଷଙ୍କୁ ଶ୍ରଦ୍ଧାଞ୍ଜଳି। ସ୍ୱତନ୍ତ୍ର ଓଡ଼ିଶା ପ୍ରଦେଶ ଗଠନ ପାଇଂ ନିଜର ଅସୀମ ତ୍ୟାଗ ପାଇଁ ବିନମ୍ର ଶ୍ରଦ୍ଧାଞ୍ଜଳି। ଆସନ୍ତୁ ସୁସ୍ଥ ଓ ବିକଶିତ ଓଡ଼ିଶା ଗଠନ ପାଇଁ ସଂକଳ୍ପକୁ ଆହୁରି ଦୃଢ କରିବା।”
ଓଡ଼ିଶା ଦିବସ ଅବସରରେ ସମସ୍ତଙ୍କୁ ଶୁଭେଚ୍ଛା ଓ ଶୁଭକାମନା ଜଣାଉଛି। ସ୍ୱତନ୍ତ୍ର ଓଡ଼ିଶା ପ୍ରଦେଶ ଗଠନ ପାଇଁ ନିଜର ଅସୀମ ତ୍ୟାଗ ତଥା ଆମ ଭାଷା, ସାହିତ୍ୟ ଓ ସଂସ୍କୃତିର ଗୌରବ ବୃଦ୍ଧି କରିଥିବା ମହାପୁରୁଷମାନଙ୍କୁ ବିନମ୍ର ଶ୍ରଦ୍ଧାଞ୍ଜଳି। ଆଜିର ଦିନରେ ଆସନ୍ତୁ ଏକ ସୁସ୍ଥ ଓ ବିକଶିତ ଓଡ଼ିଶା ଗଠନ କରିବାର ସଂକଳ୍ପକୁ ଆହୁରି ଦୃଢ଼ କରିବା।… pic.twitter.com/sCdixKUJ1A
— Mohan Charan Majhi (@MohanMOdisha) April 1, 2025