fbpx

୩ ଦିନିଆ ଦିଲ୍ଲୀ ଗସ୍ତରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ, ମାଓ ମୁକାବିଲା ବୈଠକରେ ଦେବେ ଯୋଗ

ଭୁବନେଶ୍ୱର: ଆଜିଠାରୁ ୩ ଦିନିଆ ଦିଲ୍ଲୀ ଗସ୍ତରେ ଯାଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ସୋମବାର ଦିଲ୍ଲୀରେ ହେବାକୁ ଥିବା ମାଓ ମୁକାବିଲା ବୈଠକରେ ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି । ତାଙ୍କ ସହ ୮ଟି ନକ୍ସଲ ପ୍ରବଣ ରାଜ୍ୟ ମୁଖ୍ୟମନ୍ତ୍ରୀ ମଧ୍ୟ ଏହି ବୈଠକରେ ଯୋଗ ଦେବେ ।

ଗୃହମନ୍ତ୍ରୀ ଅମିତ ଶାହାଙ୍କ ଅଧ୍ୟକ୍ଷତାରେ ବୈଠକରେ ନକ୍ସଲ ଦମନ ଅଭିଯାନ, କେଉଁ ଭଳି ରଣନୀତି ପ୍ରସ୍ତୁତି କରାଯିବ  ଓ ଉନ୍ନୟନମୂଳକ କାର୍ଯ୍ୟ ସମ୍ପର୍କରେ ଆଲୋଚନା ହେବ । ବୈଠକରେ ୫ କେନ୍ଦ୍ରମନ୍ତ୍ରୀ, ଡେପୁଟି ଏନ୍ଏସ୍ଏ, କେନ୍ଦ୍ର, ରାଜ୍ୟ ଓ କେନ୍ଦ୍ରୀୟ ସୁରକ୍ଷା ବାହିନୀର ବରିଷ୍ଠ ଅଧିକାରୀ ଉପସ୍ଥିତ ରହିବେ । ନୂଆଦିଲ୍ଲୀର ବିଜ୍ଞାନ ଭବନରେ ଏହି ବୈଠକ ଅନୁଷ୍ଠିତ ହେବ । ଏଥିରେ ଓଡ଼ିଶା, ଆନ୍ଧ୍ରପ୍ରଦେଶ, ତେଲେଙ୍ଗାନା, ବିହାର , ଛତିଶଗଡ଼, ମହାରାଷ୍ଟ୍ର, ଝାଡ଼ଖଣ୍ଡ ଏବଂ ମଧ୍ୟପ୍ରଦେଶର ମୁଖ୍ୟମନ୍ତ୍ରୀ ଯୋଗଦେବେ। ମାଓ ପ୍ରଭାବିତ ରାଜ୍ୟ ଗୁଡିକୁ ବିକାଶମୂଳକ ସହଯୋଗ କ୍ଷେତ୍ରରେ କାର୍ଯ୍ୟ କରୁଥିବା ୫ଜଣ କେନ୍ଦ୍ରମନ୍ତ୍ରୀଙ୍କ ସହ ଅତିରିକ୍ତ ଜାତୀୟ ସୁରକ୍ଷା ପରାମର୍ଶଦାତା, କେନ୍ଦ୍ର ଓ ରାଜ୍ୟ ବହୁ ବରିଷ୍ଠ ଅଧିକାରୀ ଓ କେନ୍ଦ୍ରୀୟ ସୁରକ୍ଷା ବାହିନୀର ବରିଷ୍ଠ ଅଧିକାରୀମାନେ ମଧ୍ୟ ସାମିଲ ହେବେ ବୋଲି କେନ୍ଦ୍ର ଗୃହ ମନ୍ତ୍ରାଳୟ ପକ୍ଷରୁ ସୂଚନା ମିଳିଛି ।

Get real time updates directly on you device, subscribe now.