fbpx

ରାଜଘାଟରେ ମହାତ୍ମା ଗାନ୍ଧୀ ଓ ଅଟଳ ବିହାରୀ ବାଜପେୟୀଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

Advertisement

ନୂଆଦିଲ୍ଲୀ: ଆଜି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଦିଲ୍ଲୀ ସ୍ଥିତ ରାଜଘାଟରେ ମହାତ୍ମା ଗାନ୍ଧୀ ଏବଂ ପୂର୍ବତନ ପ୍ରଧାନମନ୍ତ୍ରୀ ଅଟଳ ବିହାରୀ ବାଜପେୟୀଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି । ତାଙ୍କ ସହ ଦୁଇ ଉପ ମୁଖ୍ୟମନ୍ତ୍ରୀ କେଭି ସିଂହ ଦେଓ ଏବଂ ପ୍ରଭାତୀ ପରିଡ଼ା ମଧ୍ୟ ଉପସ୍ଥିତ ଥିଲେ ।

ଏହା ପରେ ଦିନ ୧୧ଟାରେ ବୈଦେଶିକ ମନ୍ତ୍ରୀ ଏସ୍ ଜୟଶଙ୍କରଙ୍କୁ ତାଙ୍କ ବାସଭବନରେ ଭେଟିବାର କାର୍ଯ୍ୟକ୍ରମ ରହିଛି । ପରେ ଅପରାହ୍ନ ୧ଟାରେ ତ୍ୟାଗରାଜ ନଗରରେ ଥିବା ଜଗନ୍ନାଥ ମନ୍ଦିର ଯାଇ ମହାପ୍ରଭୁଙ୍କ ଦର୍ଶନ କରିବେ । ସନ୍ଧ୍ୟାରେ ପ୍ରବାସୀ ଓଡ଼ିଆଙ୍କ ଦ୍ୱାରା ଆୟୋଜିତ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ଏବଂ ଦୁଇ ଉପ ମୁଖ୍ୟମନ୍ତ୍ରୀ ଯୋଗ ଦେବେ ।

Get real time updates directly on you device, subscribe now.