fbpx
BJD SKY
BJD SKY

କାଳିଆର ମୃତ୍ୟୁରେ ଦୁଃଖ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

BJD

ଭୁବନେଶ୍ୱର, ୨୬/୧୧(ଓଡିଶା ଭାସ୍କର) : କଟକ ବଡମେଡିକାଲରେ ଯୋଡାମୁଣ୍ଡ ଶିଶୁ କାଳିଆର ମୃତ୍ୟୁ ନେଇ ଦୁଃଖପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଟ୍ୱିଟ୍ କରି ଦୁଃଖପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ । ସେ କହିଛନ୍ତି ଯେ, ‘କାଳିଆର ଦେହାନ୍ତ ଖବର ଅତ୍ୟନ୍ତ ଦୁଃଖଦାୟକ । ଡାକ୍ତରଙ୍କ ଅଦମ୍ୟ ଚେଷ୍ଟା ଓ ଶ୍ରେଷ୍ଠ ଚିକିତ୍ସା ସତ୍ତେ୍ୱ ଦେହାନ୍ତ ହେଲା । ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ଭଗବାନ ଧୈର୍ଯ୍ୟ ଦିଅନ୍ତୁ ।’ ଅସମୟରେ ଝଡି ପଡିଥିବା କାଳିଆର ଅମର ଆତ୍ମାର ସଦଗତି କାମନା କରିବା ସହ ଜଗାର ଉତ୍ତମ ସ୍ୱାସ୍ଥ୍ୟ ପାଇଁ ଭଗବାନଙ୍କ ନିକଟରେ ପ୍ରାର୍ଥନା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।

 

Get real time updates directly on you device, subscribe now.