fbpx

ପୋଲିଂ ଅଫିସର ନଟବରଙ୍କ ଦେହାନ୍ତରେ ମୁଖ୍ୟମନ୍ତ୍ରୀଙ୍କ ଶୋକ, ଜାଣନ୍ତୁ କ’ଣ କହିଲେ ?

ଧାମନଗର(ଓଡ଼ିଶା ଭାସ୍କର): ଧାମନଗର ଉପନିର୍ବାଚନ ପାଇଁ ମତଦାନ ଚାଲିଛି । ଏହାରି ମଧ୍ୟରେ ମୃତ ପୋଲିଂ ଅଧିକାରୀ ନଟବର ମୁଣ୍ଡାଙ୍କ ଦେହାନ୍ତରେ ମୁଖ୍ୟମନ୍ତ୍ରୀ ଶୋକ ପ୍ରକାଶ କରିଛନ୍ତି । ନଟବରଙ୍କ ବିୟୋଗରେ ଗଭୀର ଦୁଃଖପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏନେଇ ସେ ନିଜର ଅଫିସିଆଲ ଟ୍ୱିଟର ଆକାଉଣ୍ଟରେ ଏକ ଟ୍ୱିଟ୍ କରିଛନ୍ତି । ସେ ଲେଖିଛନ୍ତି ଯେ, ‘ଧାମନଗର ଉପନିର୍ବାଚନରେ ନିୟୋଜିତ ଥିବା ପୋଲିଂ ଅଫିସର ନଟବର ମୁଣ୍ଡାଙ୍କ ଦେହାନ୍ତ ବିଷୟରେ ଜାଣି ମୁଁ ଦୁଃଖିତ। ତାଙ୍କ ଅମର ଆତ୍ମାର ସଦଗତି କାମନା କରିବା ସହ ଶୋକସନ୍ତପ୍ତ ପରିବାରବର୍ଗଙ୍କ ପ୍ରତି ମୋର ସମବେଦନା ଜଣାଉଛି ।’

ସୂଚନା ମୁତାବକ, ମୃତ ପୋଲିଂ ଅଧିକାରୀଙ୍କୁ ମିଳିବ ସହାୟତା ରାଶି । ତାଙ୍କର ପରିବାରକୁ ୧୫ ଲକ୍ଷ ଟଙ୍କାର ଅନୁକମ୍ପା ରାଶି ପ୍ରଦାନ କରାଯିବ । ଉପନିର୍ବାଚନ ଦାୟିତ୍ୱରେ ଥିଲେ ପୋଲିଂ ଅଧିକାରୀ ନଟବର ମୁଣ୍ଡା । ଅସୁସ୍ଥ ହେବାରୁ ଏସସିବିରେ ସେ ଚିକିତ୍ସାଧୀନ ଅବସ୍ଥାରେ ଥିଲେ । ଆଜି ସକାଳେ ନଟବର ମୁଣ୍ଡାଙ୍କର ମୃତ୍ୟୁ ହୋଇଛି । ସହାୟତା ରାଶି ନେଇ ସିଇଓ ସୁଶୀଲ ଲୋହାନୀ ସୂଚନା ଦେଇଛନ୍ତି ।

ଉଲ୍ଲେଖଯୋଗ୍ୟ ଯେ, ଧାମନଗର ଉପନିର୍ବାଚନ ପୂର୍ବରୁ ପୋଲିଂ ଅଫିସର ନଟବର ମୁଣ୍ଡାଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି । ୧୩୯ ନମ୍ବର ବୁଥର ପୋଲିଂ ଅଫିସର ହେଉଛନ୍ତି ନଟବର । ଏନେଇ ଭଦ୍ରକ ଜିଲ୍ଲାପାଳ ସିଦ୍ଧେଶ୍ୱର ବନ୍ଦାଳ ସୂଚନା ଦେଇଥିଲେ । ତାଙ୍କର କହିବା ମୁତାବକ, ‘ଗତକାଲି ନଟବରଙ୍କ ଦେହ ଅସୁସ୍ଥ ହୋଇଥିଲା । ଜିଲ୍ଲାପାଳଙ୍କ ନିର୍ଦ୍ଦେଶକ୍ରମେ ଏସସିବି ପଠାଯାଇଥିଲା । ଚିକିତ୍ସାଧୀନ ଅବସ୍ଥାରେ ପୋଲିଂ ଅଫିସରଙ୍କର ମୃତ୍ୟୁ ହୋଇଥିଲା ।’

Get real time updates directly on you device, subscribe now.