fbpx

ପ୍ରଫୁଲ୍ଲ କରଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀଙ୍କ ଶୋକ, କହିଲେ-‘ରାଷ୍ଟ୍ରୀୟ ସମ୍ମାନ ସହ ହେବ ଶେଷକୃତ୍ୟ’

ଭୁବନେଶ୍ୱର(ଓଡ଼ିଶା ଭାସ୍କର): ବିଶିଷ୍ଟ ସଙ୍ଗୀତଜ୍ଞ ପ୍ରଫୁଲ୍ଲ କରଙ୍କ ବିୟୋଗରେ ଗଭୀର ଶୋକ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏକ ଶୋକବାର୍ତ୍ତାରେ ମୁଖ୍ୟମନ୍ତ୍ରୀ ସ୍ୱର୍ଗତ କରଙ୍କୁ ଜଣେ ଯଶସ୍ୱୀ କଳାକାର ଭାବରେ ବର୍ଣନା କରିଛନ୍ତି । ଜଣେ ଗୀତିକାର ସଂଗୀତଜ୍ଞ ତଥା ସଂଗୀତ ନିର୍ଦେଶକ ଭାବରେ ସେ ଅନେକ ଗୌରବଜ୍ୱଳ କୀର୍ତ୍ତି ସ୍ଥାପନ କରିଯାଇଛନ୍ତି । ତାଙ୍କ ବିୟୋଗ ଓଡ଼ିଆ ସଙ୍ଗୀତ ଜଗତରେ ଏକ ଯୁଗର ଅବସାନ ଘଟାଇଛି । ତାଙ୍କର ସ୍ୱତନ୍ତ୍ର ସଙ୍ଗୀତ ରଚନା ଶୈଳୀ ଓ ନିର୍ଦେଶନା ଲୋକଙ୍କ ହୃଦୟରେ ତାଙ୍କୁ ସର୍ବଦା ଅମର କରି ରଖିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି ।
ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ମୁଖ୍ୟମନ୍ତ୍ରୀ ଗଭୀର ସମବେଦନା ଜଣାଇବା ସହ ତାଙ୍କ ଅମର ଆତ୍ମାର ସଦଗତି କାମନା କରିଛନ୍ତି ।

ସ୍ୱର୍ଗତ କରଙ୍କ ଶେଷକୃତ୍ୟ ରାଷ୍ଟ୍ରୀୟ ସମ୍ମାନ ସହ ଅନୁଷ୍ଠିତ ହେବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି । ଶେଷକୃତ୍ୟ ସମୟରେ ରାଜ୍ୟ ସରକାରଙ୍କ ପକ୍ଷରୁ ଦୁଇ ଜଣ ମନ୍ତ୍ରୀ ଉପସ୍ଥିତ ରହି ଶେଷ ସମ୍ମାନ ଜଣାଇବେ ବୋଲି ମୁଖ୍ୟମନ୍ତ୍ରୀ ନିର୍ଦେଶ ଦେଇଛନ୍ତି ।

Get real time updates directly on you device, subscribe now.