ବାହୁଡ଼ା ଯାତ୍ରା ସମୟରେ ମୃତକଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ଶୋକ:୩ ଲକ୍ଷ ଟଙ୍କା ଲେଖାଏଁ ଅନୁକମ୍ପାମୂଳକ ସହାୟତା ଘୋଷଣା

ଭୁବନେଶ୍ୱର : ଗତକାଲି ବାହୁଡ଼ା ଯାତ୍ରା ସମୟରେ କେନ୍ଦୁଝର ଜିଲ୍ଲା କେନ୍ଦୁଆ ଗ୍ରାମରେ ୩ ଜଣ ଓ କୋରାପୁଟ ଜିଲ୍ଲା କୋଲାବ ନଗରଠାରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ଘଟଣାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ପ୍ରକାଶ କରିଛନ୍ତି । ଏହାସହ ମୃତକଙ୍କ ଆତ୍ମୀୟସ୍ୱଜନଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍‍ ପାଣ୍ଠିରୁ ୩ ଲକ୍ଷ ଟଙ୍କା ଲେଖାଏଁ ଅନୁକମ୍ପାମୂଳକ ସହାୟତା ଘୋଷଣା କରିଛନ୍ତି ।

ଏହାସହିତ ଶୋକ ସନ୍ତପ୍ତ ପରିବାରବର୍ଗଙ୍କୁ ଗଭୀର ସମବେଦନା ଜଣାଇଛନ୍ତି । ମୁଖ୍ୟମନ୍ତ୍ରୀ ଆହତମାନଙ୍କୁ ମାଗଣାରେ ଉପଯୁକ୍ତ ଚିକିତ୍ସା ସେବା ଯୋଗାଇ ଦେବାପାଇଁ ନିର୍ଦ୍ଦେଶ ଦେଇଛନ୍ତି ।