fbpx

ପୂର୍ବତନ ମନ୍ତ୍ରୀ ସୁରେନ୍ଦ୍ରନାଥ ନାୟକଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀଙ୍କ ଶୋକ, କହିଲେ ଏପରି

Advertisement

ଭୁବନେଶ୍ୱର: ପୂର୍ବତନ ମନ୍ତ୍ରୀ ସୁରେନ୍ଦ୍ର ନାଥ ନାୟକଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଗଭୀର ଶୋକ ପ୍ରକାଶ କରିଛନ୍ତି।

ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ସ୍ବର୍ଗତ ନାୟକ ଜଣେ ଲୋକପ୍ରିୟ ନେତା ଓ ଦକ୍ଷ ପ୍ରଶାସକ ଥିଲେ। ସାଧାରଣ ଲୋକଙ୍କ ଭିତରେ ସେ ଅତ୍ୟନ୍ତ ପ୍ରିୟପାତ୍ର ଥିଲେ । ବିଧାୟକ ତଥା ମନ୍ତ୍ରୀ ଭାବରେ ସେ ଓଡ଼ିଶାର ବିଭିନ୍ନ କ୍ଷେତ୍ରର ଉନ୍ନତିରେ ଗୁରୁତ୍ଵ ପୂର୍ଣ୍ଣ ଅବଦାନ ରଖିଥିଲେ। ତାଙ୍କର ପରଲୋକ ରାଜ୍ୟ ପାଇଁ ଏକ ବଡ କ୍ଷତି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି ।

ପରଲୋକ ଗତ ଆତ୍ମାର ସଦଗତି କାମନା କରିବା ସହିତ ମୁଖ୍ୟମନ୍ତ୍ରୀ ଶୋକ ସଂତପ୍ତ ପରିବାର ବର୍ଗଙ୍କ ପାଇଁ ସମବେଦନା ପ୍ରକାଶ କରିଛନ୍ତି।

Get real time updates directly on you device, subscribe now.